ସରକାରୀ ଜାଗାରୁ ଚାକୁଣ୍ଡା ଗଛ ଦୁର୍ବୃତ୍ତ କାଟିଦେଲେ

ପଟ୍ଟାମୁଣ୍ଡାଇ, ୩୧ା୩ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ସହର ବାଇପାସ୍‌ ନିକଟରୁ କେତେଜଣ ଦୁର୍ବୃତ୍ତ ଏକ ବଡ଼ ଚାକୁଣ୍ଡା ଗଛକୁ କାଟିଦେଇଛନ୍ତି, ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହିତ ଉତ୍ତେଜନା ଦେଖାଦେଇଥିଲା। ସ୍ଥାନୀୟ ତହସିଲଦାର ଘଟଣାସ୍ଥଳରେ ପହଞ୍ଚତ୍ କାଠଗଣ୍ଡି ଜବତ କରିଛନ୍ତି। ସୂଚନା ମୁତାବକ, ପଟ୍ଟାମୁଣ୍ଡାଇ ସହର ପୁରୁଣା ବାଇପାସ୍‌ ଛକ ନିକଟରେ ବର୍ଷ ବର୍ଷ ଧରି ଏକ ବଡ଼ ଚାକୁଣ୍ଡା ଗଛ ଥିଲା। ବାଇପାସ୍‌ ଛକ ନିକଟରେ ଥିବା ଏହି ଚାକୁଣ୍ଡା ଗଛ ତଳେ ଯାତ୍ରୀମାନେ ଆଶ୍ରୟ ନେଇ ଦୂର ଜାଗାକୁ ଯାତ୍ରା କରୁଥିଲେ। ମାତ୍ର କେତେଜଣ ଦୁର୍ବୃତ୍ତ ଗୁରୁବାର ଉକ୍ତ ଚାକୁଣ୍ଡା ଗଛକୁ କଟର ସାହାଯ୍ୟରେ କାଟି ଦେଇଛନ୍ତି। ଫଳରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ପଟ୍ଟାମୁଣ୍ଡାଇ ତହସିଲଦାର ଦିଲୀପ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚତ୍ କାଠଗଣ୍ଡି ଜବତ କରିବା ସହ ଲୋକମାନଙ୍କୁ ବୁଝାଶୁଝା କରିଥିଲେ। ମାତ୍ର ସରକାରୀ ଜାଗାରୁ କିପରି ସେମାନେ ଏତେବଡ଼ ଗଛକୁ କାଟିବାକୁ ସାହସ ଜୁଟାଇଲେ, ତାହାକୁ ନେଇ ପ୍ରଶ୍ନ ଉଠିଛି। ସରକାରୀ ସ୍ଥାନରୁ ଗଛ କାଟିବା ପୂର୍ବରୁ ବନ ବିଭାଗର ଅନୁମତି ଜରୁରୀ। ଏହାବାଦ୍‌ ସରକାରୀ ଜମିରୁ ଯେଉଁ ଗଛ କଟା ହେବ, ତାହାକୁ ତହସିଲଦାର ନିଲାମ କରିବେ। ମାତ୍ର ତହସିଲଦାର କୌଣସି ନିଲାମ କରି ନ ଥିବା ବେଳେ କିପରି ସେମାନେ ବିନା ଅନୁମତିରେ ଗଛ କାଟି ଦେଲେ ତାହାକୁ ନେଇ ପ୍ରଶ୍ନ ଉଠିଛି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ତହସିଲଦାର ସେଠୀଙ୍କୁ ପଚାରିବାରୁ ଏ ନେଇ ଗଛ କାଟିଥିବା ଲୋକଙ୍କ ନଁାରେ ମାମଲା ରୁଜୁ ହେବା ସହ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।
ପ୍ରକାଶଥାଉ କି ପଟ୍ଟାମୁଣ୍ଡାଇ ଅଞ୍ଚଳରେ କିଛିଦିନ ହେବ ଗଛକାଠ ମାଫିଆଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ସରକାରୀବାବୁଙ୍କ ଜାଣତରେ ଏଭଳି ଘଟଣା ଘଟୁଛି ବୋଲି ସାଧାରଣରେ ଅଭିଯୋଗ ହୋଇଆସୁଛି। ୨୦୨୨ ଅକ୍ଟୋବର ୨୩ରେ ତହସିଲଦାରଙ୍କ କ୍ୱାର୍ଟର୍ସ ନିକଟରୁ ୫ରୁ ଅଧିକ ମୂଲ୍ୟବାନ ଶିଶୁଗଛ ଦୁର୍ବୃତ୍ତ କାଟି ନେଇଥିଲେ। ପଟ୍ଟାମୁଣ୍ଡାଇ ତହସିଲଦାର ସବୁ ଜାଣି କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲେ। ଏହି କାଠର ମୂଲ୍ୟ ପ୍ରାୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ। ସେହିଭଳି ବାଲିପାଟଣା ପଞ୍ଚାୟତ ଖଡ଼ିପାଳ ରାସ୍ତାରେ ପ୍ରାୟ ୫୦୦ରୁ ଅଧିକ ତାଳଗଛ ଦୁର୍ବୃତ୍ତ କାଟି ନେଇଗଲେ। ମାତ୍ର ତହସିଲଦାର ଆଜି ପର୍ଯ୍ୟନ୍ତ ଚୁପ ବସିଥିବା ବେଳେ ଗୁରୁବାର ପୁଣି ବାଇପାସ ନିକଟରୁ ଏକ ଚାକୁଣ୍ଡା ଗଛ କଟାହେବା ଘଟଣା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପକ୍ଷରେ ଏହି ଗଛକଟାକୁ ବିରୋଧ କରି ସ୍ଥାନୀୟ ଲୋକେ ପଟ୍ଟାମୁଣ୍ଡାଇ ତହସିଲଦାର ସେଠୀ ଓ ଆଦର୍ଶ ଥାନା ଅଧିକାରୀ ତପନ କୁମାର ରାଉତଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଅପରପକ୍ଷେ ନଗର କଂଗ୍ରେସ ସଭାପତି ଅମୂଲ୍ୟ ପ୍ରଧାନ, ଉପସଭାପତି ଅବିନାଶ ଲେଙ୍କା, ସଞ୍ଜୟ ପଣ୍ଡା, ସନାତନ ବିଶ୍ୱାଳ, ଲକ୍ଷ୍ମୀଧର ବାରିକ ପ୍ରମୁଖ କହିଛନ୍ତି, ଯଦି ଜିଲା ପ୍ରଶାସନ ଏ ଦିଗରେ ଦୃଢ଼ କାର୍ଯ୍ୟାନୁଷ୍ଟାନ ନ ନିଅନ୍ତି, ଆଗାମୀ ଦିନରେ ବ୍ଲକ ଓ ନଗର କଂଗ୍ରେସ ଆନ୍ଦୋଳନକୁ ଆପଣେଇବ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri