ବାଲି ଉଠାଣ ପାଇଁ ନଦୀପଠାରୁ ଗଛ କାଟିଦେଲେ

ପାଣିକୋଇଲି,୯ା୧୨(ଡି.ଏନ.ଏ.):ନଦୀରୁ ବାଲି ଉଠାଇବା ପାଇଁ ରାତାରାତି ମେଶିନ ସାହାଯ୍ୟରେ ଶତାଧିକ ଗଛ କାଟି, ପିଣ୍ଡି ଭାଙ୍ଗି ରାସ୍ତା ନିର୍ମାଣ କରାଯାଇଛି। ଏନେଇ ଯାଜପୁର ଜିଲା ପାଣିକୋଇଲି ଥାନାରେ ଅଭିଯୋଗ ହୋଇଛି। ଲିଙ୍ଗେଶ୍ୱର ଉନ୍ନୟନ କମିଟି ସମ୍ପାଦକ ପ୍ରଦୀପ କୁମାର ଧଳ ଥାନାରେ ଲିଖିତ ଅଭିଯୋଗ କରିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ତେବେ କାର୍ଯ୍ୟାନୁଷ୍ଠାନ ନ ହେଲେ ଏଥିପାଇଁ ବଢୁଥିବା ଜନ ଅସନ୍ତୋଷ ଆନ୍ଦୋଳନର ରୂପ ନେବ ବୋଲି ସୂଚନା ମିଳିଛି।
୩ ବର୍ଷ ତଳେ ସରକାରୀ ଅନୁମତି ନେଇ ଲିଙ୍ଗେଶ୍ୱର ଶିଶୁ ମନ୍ଦିର ସମ୍ପାଦକ ବରପଦା ମୌଜାର ୯୯୬, ୧୦୧୧, ୧୦୧୫ନମ୍ବର ପ୍ଲଟ ଓ ଏହାର ପାଶ୍ୱବର୍ତ୍ତୀ ଜମିରେ ଚାରାରୋପଣ କରିଥିଲେ। ବୃକ୍ଷର ଯନତ୍ ନେବା ପାଇଁ ତାର ଚାରି କଡରେ ଇଟାର ପିଣ୍ଡି କରାଯାଇଥିଲା। ତାର ବାଡ଼ ମଧ୍ୟ ଦିଆଯାଇଥିଲା। ଏବେ ଗଛଗୁଡିକ ଫଳନ୍ତି ଅବସ୍ଥାକୁ ଆସି ଯାଇଥିଲା। ମାତ୍ର ଧନତ୍ରୀ ବାଲି ଘାଟରୁ ବାଲି ଉଠାଇବା ପାଇଁ ଗଛଗୁଡ଼ିକୁ କଟାଯାଇ ରାସ୍ତା ନିର୍ମାଣ କରାଯାଇଛି। ସରସଦା ଗ୍ରାମର ଜଣେ ଯୁବକ, ବରପଦା ଗ୍ରାମର ଜଣେ ଓ ରଣପାଳ ଗ୍ରାମର ଜଣେ ଯୁବକ କତେଜେଣ ଅନ୍ୟବ୍ୟକ୍ତିଙ୍କୁ ଧରି ଏଭଳି କାଣ୍ଡ ଭିଆଇଛନ୍ତି। ପୂର୍ବରୁ ମଧ୍ୟ ରାତିଅଧିଆ ଏଭଳି କାରନାମାକୁ ନେଇ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri