ରାସ୍ତାକଡ଼ରୁ ଗଛ କାଟି ଦେଲେ

ଖୋର୍ଦ୍ଧା ଅଫିସ,୯।୮: ପରିବେଶ ସନ୍ତୁଳନ ଲାଗି ଚାରାରୋପଣ ନିମନ୍ତେ ସଚେତନତା ସୃଷ୍ଟି କରାଯାଉଛି। ଏପରି କି ରାସ୍ତା ପାର୍ଶ୍ୱରେ ବନୀକରଣକୁ ଗୁରୁତ୍ୱ ଦିଆଯାଉଛି। ପ୍ରତିବର୍ଷ ବନ ମହୋତ୍ସବ ପାଳନ ସହ ଲୋକଙ୍କୁ ମାଗଣା ଚାରା ବଣ୍ଟନ କରାଯାଉଛି। ଅନ୍ୟପକ୍ଷରେ ରାସ୍ତା ପାର୍ଶ୍ୱରୁ ବଡ ବଡ ଗଛ କାଟି ନିଆଯାଉଥିଲେ ମଧ୍ୟ ବନ ବିଭାଗ ନୀରବ ରହୁଛି। ବାଘମାରୀ-କଣ୍ଟିଲୋ ରାଜ୍ୟ ରାଜପଥ ପାର୍ଶ୍ୱରେ ଲାଗିଥିବା ଗଛ ସବୁ ମୂଳରୁ ୨ଫୁଟ ଲେଖାଏ ଛାଡ଼ି କାଟି ଦିଆଯାଇଛି। ବିଦ୍ୟୁତ ବିଭାଗ ପକ୍ଷରୁ ଗଛ କଟାଯାଇଥିବାବେଳେ ବନ ବିଭାଗ ଚୁପ୍‌ ବସିବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ରାଜ୍ୟ ଜଙ୍ଗଲ ଉନ୍ନୟନ ନିଗମ ଜରିଆରେ ବାଘମାରୀ-କଣ୍ଟିଲୋ ରାସ୍ତାର ଉଭୟ ପାର୍ଶ୍ୱରେ ଗଛ ଲଗାଯାଇଥିଲା ଏହିସବୁ ଗଛ ଉପର ଦେଇ ୪ଫୁଟ ଉଚ୍ଚରେ ୧୧ କେଭି ବିଦ୍ୟୁତ ତାର ଯାଇଛି। ବନ ବିଭାଗ ବିନା ଅନୁମତିରେ ବାଘମାରୀ ବିଦ୍ୟୁତ ବିଭାଗ ପକ୍ଷରୁ ଏହି ତାର କାଟି ଦିଆଯାଇଛି। ବିଦ୍ୟୁତ ବିଭାଗ ୧୧ କେଭି ସଂସ୍ପର୍ଶରେ ଆସିବାକୁ ଥିବା ଗଛର ଡାଳପତ୍ର ପରିବର୍ତ୍ତେ ଗଛର ମୂଳରୁ ଦୁଇ ଫୁଟ ଛାଡ଼ି ସମ୍ପୂର୍ଣ୍ଣ କାଟି ଦେଇଛି। ଏହାକୁ ସ୍ଥାନୀୟ ଅୟ୍ଚଳବାସୀ ଓ ପରିବେଶପ୍ରେମୀ ବିରୋଧ କରିବା ସହ ଖୋର୍ଦ୍ଧା ବନ ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି। ଅନ୍ୟପକ୍ଷରେ ବନପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଗଛକୁ କଟାଯାଉଥିଲେ ମଧ୍ୟ କିପରି ବିଭାଗ ପାଖରେ ଖବର ନାହିଁ ତାହା ପ୍ରଶ୍ନବାଚୀ ହୋଇଛି। ସମ୍ପ୍ରତି ବର୍ଷାଦିନେ ୧୧ କେଭି ତାରରେ ଡାଳପତ୍ର ମାଡ଼ି ବିପଦ ସୃଷ୍ଟି କରିବା ଆଶଙ୍କାରେ କାଟି ଦିଆଯାଇଥିବା ସ୍ଥାନୀୟ ବିଦ୍ୟୁତ ବିଭାଗ ପକ୍ଷରୁ କୁହାଯାଇଛି। ଏ ନେଇ ଖୋର୍ଦ୍ଧା ରେଞ୍ଜର ଅସିତ ମିଶ୍ର କହିଛନ୍ତି, ଉକ୍ତ ରାସ୍ତାରେ ବନ ବିଭାଗ ନୁହେଁ ବରଂ ଜଙ୍ଗଲ ଉନ୍ନୟନ ନିଗମ ପକ୍ଷରୁ ଗଛ ଲଗାଯାଇଥିଲା। ତେଣୁ ଗଛ କଟାଯିବା ସମ୍ପର୍କରେ ନିଗମ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri