ବାହାର ନେତା, କର୍ମୀଙ୍କ ଲାଗି କଟକଣା

ଜଗତ୍‌ସିଂହପୁର ଅଫିସ,୨।୧୧: ତିର୍ତ୍ତୋଲ ଉପନିର୍ବାଚନ ରବିବାର ସନ୍ଧ୍ୟାରେ ପ୍ରଚାର ସରିବା ପରେ ନିର୍ବାଚନମଣ୍ଡଳୀ ବାହାରୁ ଆସିଥିବା ନେତା,କର୍ମୀଙ୍କ ରହଣି ଉପରେ କଟକଣା ଜାରି କରାଯାଇଛି। ଏନେଇ ଜିଲା ନିର୍ବାଚନ ଅଧିକାରୀ ସରୋଜ କୁମାର ମିଶ୍ର ଓ ଆରକ୍ଷୀ ଅଧୀକ୍ଷକ ପ୍ରକାଶ ଆର୍‌ଙ୍କ ପକ୍ଷରୁ ରବିବାର ସନ୍ଧ୍ୟାରୁ ମିଳିତ ଚଢ଼ାଉ ଆରମ୍ଭ ହୋଇଛି। ଉଭୟ ପ୍ରଶାସନିକ ଅଧିକାରୀ ତିର୍ତ୍ତୋଲ ବଜାରସ୍ଥିତ ଆନନ୍ଦ ମଣ୍ଡପରେ ଚଢ଼ାଉ କରିଥିଲେ। ମାତ୍ର କୌଣସି ରାଜନୈତିକ ଦଳର କର୍ମକର୍ତ୍ତା ସେଠାରେ ମିଳି ନ ଥିଲେ। ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ଏଭଳି ଚଢ଼ାଉ ଜାରି ରହିବ ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାମିନୀରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ପକ୍ଷରୁ ସ୍ବଚ୍ଛ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ଦୃଢ ପଦକ୍ଷେପ ନିଆଯାଇଛି । ଏନେଇ ଭୋଟ ଗ୍ରହଣ ପୂର୍ବ ୪୮ ଘଣ୍ଟା ମଧ୍ୟରେ କୌଣସି ସ୍ଥାନରେ ରାଜନୈତିକ ଅଭିଯାନ ଉପରେ କଟକଣା ଜାରି କରାଯାଇଛି । ରାତିରେ ଜିଲା ପୋଲିସ ପକ୍ଷରୁ ପ୍ରହରା କଡ଼ାକଡ଼ି କରାଯାଉଛି । ନିର୍ବାଚନମଣ୍ଡଳୀର ସମସ୍ତ କଲ୍ୟାଣ ମଣ୍ଡପ, କମ୍ୟୁନିଟି ହଲ୍‌, ହୋଟେଲ ଓ ଲଜ୍‌ ଆଦି ଯାଞ୍ଚ କରାଯାଉଛି। ପ୍ରତ୍ୟେକ ଚେକ୍‌ ପୋଷ୍ଟରେ ଯାନବାହନଗୁଡ଼ିିକୁ ତନଖି କରାଯାଉଛି। ମୋବାଇଲ ପାର୍ଟି ନିର୍ବାଚନ ମଣ୍ଡଳୀ ସାରା ବୁଲି ଆଦର୍ଶ ଆଚରଣ ବିଧି ଅନୁଧ୍ୟାନ କରିବାକୁ ନିଷ୍ପତ୍ତି ହୋଇଛି । ଏଥିପାଇଁ ନିର୍ବାଚନ ସରିବା ପର୍ଯ୍ୟନ୍ତ ୩୨ ସେକ୍ଟର ଅଫିସର, ୩୨ଟି ପୋଲିସ ମୋବାଇଲ ଟିମ୍‌କୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri