ବାହାର ନେତା, କର୍ମୀଙ୍କ ଲାଗି କଟକଣା

ଜଗତ୍‌ସିଂହପୁର ଅଫିସ,୨।୧୧: ତିର୍ତ୍ତୋଲ ଉପନିର୍ବାଚନ ରବିବାର ସନ୍ଧ୍ୟାରେ ପ୍ରଚାର ସରିବା ପରେ ନିର୍ବାଚନମଣ୍ଡଳୀ ବାହାରୁ ଆସିଥିବା ନେତା,କର୍ମୀଙ୍କ ରହଣି ଉପରେ କଟକଣା ଜାରି କରାଯାଇଛି। ଏନେଇ ଜିଲା ନିର୍ବାଚନ ଅଧିକାରୀ ସରୋଜ କୁମାର ମିଶ୍ର ଓ ଆରକ୍ଷୀ ଅଧୀକ୍ଷକ ପ୍ରକାଶ ଆର୍‌ଙ୍କ ପକ୍ଷରୁ ରବିବାର ସନ୍ଧ୍ୟାରୁ ମିଳିତ ଚଢ଼ାଉ ଆରମ୍ଭ ହୋଇଛି। ଉଭୟ ପ୍ରଶାସନିକ ଅଧିକାରୀ ତିର୍ତ୍ତୋଲ ବଜାରସ୍ଥିତ ଆନନ୍ଦ ମଣ୍ଡପରେ ଚଢ଼ାଉ କରିଥିଲେ। ମାତ୍ର କୌଣସି ରାଜନୈତିକ ଦଳର କର୍ମକର୍ତ୍ତା ସେଠାରେ ମିଳି ନ ଥିଲେ। ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ଏଭଳି ଚଢ଼ାଉ ଜାରି ରହିବ ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାମିନୀରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ପକ୍ଷରୁ ସ୍ବଚ୍ଛ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ଦୃଢ ପଦକ୍ଷେପ ନିଆଯାଇଛି । ଏନେଇ ଭୋଟ ଗ୍ରହଣ ପୂର୍ବ ୪୮ ଘଣ୍ଟା ମଧ୍ୟରେ କୌଣସି ସ୍ଥାନରେ ରାଜନୈତିକ ଅଭିଯାନ ଉପରେ କଟକଣା ଜାରି କରାଯାଇଛି । ରାତିରେ ଜିଲା ପୋଲିସ ପକ୍ଷରୁ ପ୍ରହରା କଡ଼ାକଡ଼ି କରାଯାଉଛି । ନିର୍ବାଚନମଣ୍ଡଳୀର ସମସ୍ତ କଲ୍ୟାଣ ମଣ୍ଡପ, କମ୍ୟୁନିଟି ହଲ୍‌, ହୋଟେଲ ଓ ଲଜ୍‌ ଆଦି ଯାଞ୍ଚ କରାଯାଉଛି। ପ୍ରତ୍ୟେକ ଚେକ୍‌ ପୋଷ୍ଟରେ ଯାନବାହନଗୁଡ଼ିିକୁ ତନଖି କରାଯାଉଛି। ମୋବାଇଲ ପାର୍ଟି ନିର୍ବାଚନ ମଣ୍ଡଳୀ ସାରା ବୁଲି ଆଦର୍ଶ ଆଚରଣ ବିଧି ଅନୁଧ୍ୟାନ କରିବାକୁ ନିଷ୍ପତ୍ତି ହୋଇଛି । ଏଥିପାଇଁ ନିର୍ବାଚନ ସରିବା ପର୍ଯ୍ୟନ୍ତ ୩୨ ସେକ୍ଟର ଅଫିସର, ୩୨ଟି ପୋଲିସ ମୋବାଇଲ ଟିମ୍‌କୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri