ଆବଶ୍ୟକତା ଆଧାରରେ କଟକଣା

ନୂଆଦିଲ୍ଲୀ, ୨୮।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତର ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ସବ ସମୟରେ ଜନସାଧାରଣଙ୍କ ଯାତାୟାତ ଉପରେ ଆବଶ୍ୟକତା ଆଧାରରେ କଟକଣା ଲଗାଇବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପରାମର୍ଶ ଦେଇଛନ୍ତି। ଏଥିସହିତ ମହାମାରୀ ରୋକିବା ଦିଗରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଜାରି କରିଥିବା ନିର୍ଦ୍ଦେଶନାମା କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ଏଥିପାଇଁ ବିପର୍ଯ୍ୟୟ ପରିଚାଳନା ଆଇନ ଅନୁଯାୟୀ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୈଧାନିକ ନିର୍ଦ୍ଦେଶନାମା ଜାରି କରାଯାଇଛି।
ସମସ୍ତ ରାଜ୍ୟ ଓ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ସତର୍କତା ଅବଲମ୍ବନ କରିବା ଏବଂ ମହାମାରୀ ମୁକାବିଲା ଜାରି ରଖିବାକୁ ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ଦୋହରାଇଛନ୍ତି। ସ୍ଥାନୀୟ ତଥା ଜିଲା ପ୍ରଶାସନ ସ୍ଥିତି ଆକଳନ କରି ତୁରନ୍ତ ଉପଯୁକ୍ତ କଣ୍ଟେନ୍‌ମେଣ୍ଟ ପଦକ୍ଷେପ ନେବା ଲାଗି କୁହାଯାଇଛି। ସେହିପରି ରାଜ୍ୟଗୁଡ଼ିକ ଆବଶ୍ୟକତାକୁ ଚାହିଁ ଉତ୍ସବ ଋତୁରେ ଭିଡ଼ ନିୟନ୍ତ୍ରଣ ଲାଗି ନିର୍ଦ୍ଦିଷ୍ଟ ଅଞ୍ଚଳରେ କଟକଣା ଲଗାଇବେ। କୋଭିଡ୍‌ ପରୀକ୍ଷା, ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଚିହ୍ନଟ, ଚିକିତ୍ସା, ଟିକାକରଣ ଏବଂ ମାସ୍କ ପରିଧାନ, ସାମାଜିକ ବ୍ୟବଧାନ ଆଦି ୫-ସୂତ୍ରୀ ରଣନୀତି ଉପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗୁରୁତ୍ୱ ଦେଇଛି।
ଦେଶରେ ସକ୍ରିୟ ମାମଲା ସଂଖ୍ୟା ହ୍ରାସ ପାଇଥିଲେ ମଧ୍ୟ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ୩ ଗୁଣ ଅଧିକ ସଂକ୍ରାମକ ହୋଇଥିବାରୁ ମହାମାରୀ ମୁକାବିଲାରେ ଏହା ନୂଆ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଓମିକ୍ରନ୍‌ ଆସିବା ପରେ ବିଭିନ୍ନ ରାଜ୍ୟରେ ସଂକ୍ରମଣ ଦ୍ରୁତ ବଢ଼ୁଛି। ୧୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସୋମବାର ସୁଦ୍ଧା ୫୭୮ ଓମିକ୍ରନ୍‌ ପଜିଟିଭ୍‌ ଚିହ୍ନଟ ହେଲେଣି ବୋଲି ସ୍ବରାଷ୍ଟ୍ର ସଚିବ ସମସ୍ତ ରାଜ୍ୟ ମୁଖ୍ୟ ସଚିବଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏଥିରେ କୁହାଯାଇଛି, ଗତ ୨୧ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କୋଭିଡ୍‌ ସଂକ୍ରମଣ କମାଇବା ଲାଗି ଆଡଭାଇଜରି ଜାରି କରିଥିଲା। ସଂକ୍ରମଣ ରୋକିବା ଲାଗି ସ୍ଥାନୀୟ ଓ ଜିଲା ସ୍ତରରେ ଅଧିକ ସତର୍କ ହେବା, ତଥ୍ୟ ଅନୁଧ୍ୟାନ କରିବା, ତ୍ୱରିତ୍‌ ନିଷ୍ପତ୍ତି ନେବା ଓ କଠୋର କଣ୍ଟେନମେଣ୍ଟ ପଦକ୍ଷେପ ନେବା ଲାଗି ପରାମର୍ଶ ଦିଆଯାଇଥିଲା। ନୂଆ ଭାରିଆଣ୍ଟକୁ ନେଇ ସୃଷ୍ଟି ହେବାକୁ ଥିବା କୌଣସି ଚ୍ୟାଲେଞ୍ଜକୁ ସମ୍ମୁଖୀନ ହେବା ଲାଗି ରାଜ୍ୟର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସୁଦୃଢ଼ କି ନୁହେଁ, ସେ ନେଇ ସରକାର ନିଶ୍ଚିତ ହେବେ। ସେହିପରି ମେଡିକାଲ ଅକ୍ସିଜେନ୍‌ ଯୋଗାଣ ଉପକରଣ ସମ୍ପୂର୍ଣ୍ଣ କାର୍ଯ୍ୟ କରୁଛି କି ନାହିଁ ଏବଂ ଜରୁରୀ ଔଷଧ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ୍‌ ଅଛି କି ନାହିଁ, ତାହା ସୁନିଶ୍ଚିତ କରିବାକୁ ପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri