ଆବଶ୍ୟକତା ଆଧାରରେ କଟକଣା

ନୂଆଦିଲ୍ଲୀ, ୨୮।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତର ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ସବ ସମୟରେ ଜନସାଧାରଣଙ୍କ ଯାତାୟାତ ଉପରେ ଆବଶ୍ୟକତା ଆଧାରରେ କଟକଣା ଲଗାଇବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପରାମର୍ଶ ଦେଇଛନ୍ତି। ଏଥିସହିତ ମହାମାରୀ ରୋକିବା ଦିଗରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଜାରି କରିଥିବା ନିର୍ଦ୍ଦେଶନାମା କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ଏଥିପାଇଁ ବିପର୍ଯ୍ୟୟ ପରିଚାଳନା ଆଇନ ଅନୁଯାୟୀ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୈଧାନିକ ନିର୍ଦ୍ଦେଶନାମା ଜାରି କରାଯାଇଛି।
ସମସ୍ତ ରାଜ୍ୟ ଓ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ସତର୍କତା ଅବଲମ୍ବନ କରିବା ଏବଂ ମହାମାରୀ ମୁକାବିଲା ଜାରି ରଖିବାକୁ ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ଦୋହରାଇଛନ୍ତି। ସ୍ଥାନୀୟ ତଥା ଜିଲା ପ୍ରଶାସନ ସ୍ଥିତି ଆକଳନ କରି ତୁରନ୍ତ ଉପଯୁକ୍ତ କଣ୍ଟେନ୍‌ମେଣ୍ଟ ପଦକ୍ଷେପ ନେବା ଲାଗି କୁହାଯାଇଛି। ସେହିପରି ରାଜ୍ୟଗୁଡ଼ିକ ଆବଶ୍ୟକତାକୁ ଚାହିଁ ଉତ୍ସବ ଋତୁରେ ଭିଡ଼ ନିୟନ୍ତ୍ରଣ ଲାଗି ନିର୍ଦ୍ଦିଷ୍ଟ ଅଞ୍ଚଳରେ କଟକଣା ଲଗାଇବେ। କୋଭିଡ୍‌ ପରୀକ୍ଷା, ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଚିହ୍ନଟ, ଚିକିତ୍ସା, ଟିକାକରଣ ଏବଂ ମାସ୍କ ପରିଧାନ, ସାମାଜିକ ବ୍ୟବଧାନ ଆଦି ୫-ସୂତ୍ରୀ ରଣନୀତି ଉପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗୁରୁତ୍ୱ ଦେଇଛି।
ଦେଶରେ ସକ୍ରିୟ ମାମଲା ସଂଖ୍ୟା ହ୍ରାସ ପାଇଥିଲେ ମଧ୍ୟ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ୩ ଗୁଣ ଅଧିକ ସଂକ୍ରାମକ ହୋଇଥିବାରୁ ମହାମାରୀ ମୁକାବିଲାରେ ଏହା ନୂଆ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଓମିକ୍ରନ୍‌ ଆସିବା ପରେ ବିଭିନ୍ନ ରାଜ୍ୟରେ ସଂକ୍ରମଣ ଦ୍ରୁତ ବଢ଼ୁଛି। ୧୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସୋମବାର ସୁଦ୍ଧା ୫୭୮ ଓମିକ୍ରନ୍‌ ପଜିଟିଭ୍‌ ଚିହ୍ନଟ ହେଲେଣି ବୋଲି ସ୍ବରାଷ୍ଟ୍ର ସଚିବ ସମସ୍ତ ରାଜ୍ୟ ମୁଖ୍ୟ ସଚିବଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏଥିରେ କୁହାଯାଇଛି, ଗତ ୨୧ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କୋଭିଡ୍‌ ସଂକ୍ରମଣ କମାଇବା ଲାଗି ଆଡଭାଇଜରି ଜାରି କରିଥିଲା। ସଂକ୍ରମଣ ରୋକିବା ଲାଗି ସ୍ଥାନୀୟ ଓ ଜିଲା ସ୍ତରରେ ଅଧିକ ସତର୍କ ହେବା, ତଥ୍ୟ ଅନୁଧ୍ୟାନ କରିବା, ତ୍ୱରିତ୍‌ ନିଷ୍ପତ୍ତି ନେବା ଓ କଠୋର କଣ୍ଟେନମେଣ୍ଟ ପଦକ୍ଷେପ ନେବା ଲାଗି ପରାମର୍ଶ ଦିଆଯାଇଥିଲା। ନୂଆ ଭାରିଆଣ୍ଟକୁ ନେଇ ସୃଷ୍ଟି ହେବାକୁ ଥିବା କୌଣସି ଚ୍ୟାଲେଞ୍ଜକୁ ସମ୍ମୁଖୀନ ହେବା ଲାଗି ରାଜ୍ୟର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସୁଦୃଢ଼ କି ନୁହେଁ, ସେ ନେଇ ସରକାର ନିଶ୍ଚିତ ହେବେ। ସେହିପରି ମେଡିକାଲ ଅକ୍ସିଜେନ୍‌ ଯୋଗାଣ ଉପକରଣ ସମ୍ପୂର୍ଣ୍ଣ କାର୍ଯ୍ୟ କରୁଛି କି ନାହିଁ ଏବଂ ଜରୁରୀ ଔଷଧ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ୍‌ ଅଛି କି ନାହିଁ, ତାହା ସୁନିଶ୍ଚିତ କରିବାକୁ ପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?