Posted inUncategorized

କଟକ ‘ଏ’ ଜିତିଲା କଳାହାଣ୍ଡି କପ୍‌

ଭୁବନେଶ୍ୱର, ୧।୧୧୨(କ୍ରୀଡ଼ା ପ୍ରତିନିଧି) : କଟକ ‘ଏ’ ଚଳିତ ବର୍ଷର କଳାହାଣ୍ଡି କପ୍‌ ବିଜେତା ହୋଇଛି। ବିଡ଼ାନାସୀ ଗ୍ରାଉଣ୍ଡରେ ଅନୁଷ୍ଠିତ ଫାଇନାଲରେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ କଟକ ‘ଏ’ ବିଜେତା ଘୋଷିତ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା କଟକ ‘ଏ’ ପ୍ରଥମ ଇନିଂସରେ ୫୬ ଓଭରରେ ୨୦୮ ରନକରି ସମସ୍ତ ଉଇକେଟ ହରାଇଥିଲା। ଦଳ ପକ୍ଷରୁ ବିକ୍ରମ କିଶୋର ୫୩, ଅନିଲ ପରିଡ଼ା ୪୯ ରନ କରିଥିଲେ। ବିପକ୍ଷ ଦଳର ଆଶିଷ ପ୍ରଧାନ ଓ ଅଂଶୁମାନ ବେଜ ୩ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଭୁବନେଶ୍ୱର ‘ଏ’ର ପ୍ରଥମ ଇନିଂସ ୫୫.୩ ଓଭରରେ ୧୫୭ ରନରେ ସୀମିତ ରହି ଯାଇଥିଲା। ଅନୁରାଗ ଷଡ଼ଙ୍ଗୀ ସର୍ବାଧିକ ୩୮ ରନ କରି ପାରିଥିଲେ। ବିପକ୍ଷ ଦଳର ଶୁଭମ୍‌ ନାୟକ ୫୦ ରନରେ ୬ ଉଇକେଟ ନେଇ ଭୁବନେଶ୍ୱର ଦଳର ବ୍ୟାଟିଂ ମେରୁଦଣ୍ଡ ଭାଙ୍ଗି ଦେଇଥିଲେ। ଜାମଳା ବି. ମହାପାତ୍ର ୪ ଉଇକେଟ ପାଇଥିଲେ। ଉଦ୍‌ଯାପନୀ ଉତ୍ସବରେ ଓଡ଼ିଶା ଆଡ୍‌ଭୋକେଟ ଜେନେରାଲ ଅଶୋକ ପରିଜା ମୁଖ୍ୟ ଅତିଥି ଏବଂ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ସମ୍ପାଦକ ଆଶୀର୍ବାଦ ବେହେରା ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ଏହି ଦୁଇଜଣଙ୍କ ସହ ଅନ୍ୟତମ ଅତିଥି କର୍ପୋରେଟର ପୁଷ୍ପିତା ମହାନ୍ତିଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଓସିଏ ଉପସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା, କୋଷାଧ୍ୟକ୍ଷ ବିକାଶ ପ୍ରଧାନ ଓ ଅନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri