ପୁରୀ-କଟକରେ ଭାଙ୍ଗିଲା ଶହେ ବର୍ଷର ରେକର୍ଡ, ସମଗ୍ର ରାଜ୍ୟରେ ଖରା ଦିନରେ ପ୍ରବଳ ଶୀତ

ଭୁବନେଶ୍ୱର,୨୦।୩: କାଳ ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବାରୁ ସମଗ୍ର ଓଡ଼ିଶାରେ କୋହଲା ପାଗ ଲାଗି ରହିଛି। ବୁଧବାର ପୁରୀ, କଟକ ଏବଂ ଭୁବନେଶ୍ୱରରେ ସର୍ବନିମ୍ନ ଦିନର ତାପମାତ୍ରାର ସର୍ବକାଳୀନ ରେକର୍ଡ ଭାଙ୍ଗିଛି ବୋଲି ଭାରତ ପାଣିପାଗ ବିଭାଗ (ଆଇଏମଡି) ର ଆଞ୍ଚଳିକ କେନ୍ଦ୍ର ସୂଚନା ଦେଇଛି।

ଆଇଏମଡି ଅନୁଯାୟୀ, ମାର୍ଚ୍ଚ ୧୯୫୨ ରୁ ଭୁବନେଶ୍ୱର ସର୍ବନିମ୍ନ ଦିନର ସର୍ବାଧିକ ତାପମାତ୍ରାର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ପୂର୍ବ ସର୍ବନିମ୍ନ ୨୪.୩ ଡିଗ୍ରୀ ସେଲସିୟସ ମାର୍ଚ୍ଚ ୮, ୧୯୭୦ ରେ ରେକର୍ଡ କରାଯାଇଥିଲା ଏବଂ ବୁଧବାର ରାଜ୍ୟ ରାଜଧାନୀ ସହରର ତାପମାତ୍ରା ୧୯.୨ ଡିଗ୍ରୀ ରେକର୍ଡ କରିଛି। ।

ସେହିଭଳି, ପୁରୀରେ ତାପମାତ୍ରା ୧୨୭ ବର୍ଷର ରେକର୍ଡ ଭାଙ୍ଗିଛ। ପୂର୍ବରୁ ୧୮୯୬ ମସିହାରେ ତାପମାତ୍ରା ୨୪.୬ ଡ଼ିଗ୍ରୀ ସେଲ୍ସିୟସ ରେକର୍ଡ ହୋଇଥିଲା ବେଳେ ବୁଧବାର ୨୦.୦ ଡ଼ିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିଲା। କଟକ ୧୯୦୨ ମସିହାରୁ ମାର୍ଚ୍ଚ ମାସରେ ସର୍ବନିମ୍ନ ଦିନର ସର୍ବାଧିକ ତାପମାତ୍ରାର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ବୁଧବାର ଏହା ୨୦ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ କରିଥିବାବେଳେ ପୂର୍ବ ସର୍ବନିମ୍ନ ୨୩.୬ ଡିଗ୍ରୀ ମାର୍ଚ୍ଚ ୮, ୨୦୭୦ ରେ ରେକର୍ଡ କରାଯାଇଛି।

ପାଣିପାଗ ବିଭାଗର ସର୍ବଶେଷ ବୁଲେଟିନ୍ରେ ଏହା ମଧ୍ୟ ପ୍ରକାଶ ପାଇଛି ଯେ, ରାଜ୍ୟର ୧୨ ଟି ସ୍ଥାନରେ ସର୍ବାଧିକ ଦିନର ତାପମାତ୍ରା ୨୨ ଡ଼ିଗ୍ରୀ ସେଲ୍ସିୟସ କିମ୍ବା କମ୍ ରେକର୍ଡ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପ୍ଲାଣ୍ଟରେ ଭାରତରେ ଆଇଫୋନ ଉତ୍ପାଦନ ଆରମ୍ଭ, ଟାରିଫ୍ ପ୍ରଭାବିତ ଚାଇନାଠୁ ଦୂରାଉଛି ଆପଲ

ନୂଆଦିଲ୍ଲୀ, ୨୯।୪: ଆପଲ ତାମିଲନାଡୁରେ ଟାଟା ଇଲେକ୍ଟ୍ରୋନିକ୍ସର ଏକ ନୂତନ ପ୍ଲାଣ୍ଟରେ ଆଇଫୋନ ଉତ୍ପାଦନ ଆରମ୍ଭ କରିଛି, ଏବଂ ବେଙ୍ଗାଲୁରୁରେ ଫକ୍ସକନ ଦ୍ୱାରା ପରିଚାଳିତ ଦ୍ୱିତୀୟ...

ୟୁଜିସି ନେଟ୍‌ ଫର୍ମ ଆବେଦନର ଶେଷ ତାରିଖ ମେ ୭

ଭୁବନେଶ୍ୱର,୨୯।୪(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଜାତୀୟ ଯୋଗ୍ୟତା ପରୀକ୍ଷା (ଏନ୍‌ଇଟି)-୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ...

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧...

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ...

ଲିଟର ପିଛା ୨ ଟଙ୍କା ବଢ଼ିଲା କ୍ଷୀର ମୂଲ୍ୟ, ନୂତନ ଦର ତାଲିକା ଜାଣନ୍ତୁ

ଭୁବନେଶ୍ୱର, ୨୯।୪: ଦେଶର ଅଗ୍ରଣୀ କ୍ଷୀର ଉତ୍ପାଦନ କମ୍ପାନୀ ମଦର ଡେରୀ ଦିଲ୍ଲୀ-ଏନସିଆର ଅଞ୍ଚଳ ସମେତ ସମସ୍ତ ଅପରେଟିଂ ମାର୍କେଟରେ କ୍ଷୀର ମୂଲ୍ୟ ବୃଦ୍ଧି କରିଛି।...

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର, ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ...

ସେନାକୁ ସବୁଜ ସଙ୍କେତ ଦେଲେ ପ୍ରଧାନମନ୍ତ୍ରୀ, ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୨୯।୪: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଜାତୀୟ...

ଆବକାରୀ ଅଧୀକ୍ଷକଙ୍କୁ ରାସ୍ତା ମଝିରେ ଅଟକାଇଲା ଭିଜିଲାନ୍ସ; ୩ ଲକ୍ଷ ଟଙ୍କା ନଗଦ ଜବତ

ଢେଙ୍କାନାଳ, ୨୯।୪: ଓଡ଼ିଶା ଭିଜିଲାନ୍ସ ମଙ୍ଗଳବାର ଢେଙ୍କାନାଳ ଜିଲାରେ ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କୁ ମାର୍ଗମଧ୍ୟରେ ଅଟକାଇ ତାଙ୍କ ନିକଟରୁ ୩ ଲକ୍ଷ ଟଙ୍କା ନଗଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri