ନଭେମ୍ବର ୧୫ରୁ କଟକ ବାଲିଯାତ୍ରା: ଜାଣନ୍ତୁ ଚଳିତ ବର୍ଷ କେତେଦିନ ଚାଲିବ…

କଟକ, ୪ା୯: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ଏବେ ନିଷ୍ପତ୍ତି ହୋଇନି। ପରବର୍ତ୍ତୀ ବୈଠକରେ ବାଲିଯାତ୍ରା ଦିନ ଧାର୍ଯ୍ୟ ଉପରେ ଆଲୋଚନା କରାଯିବ।

ତେବେ ଚଳିତ ବର୍ଷ ବାଲିଯାତ୍ରାରେ ଟ୍ରାଫିକ୍‌ ପରିଚାଳନା ଓ ଟଏଲଟ୍‌ ସମସ୍ୟାକୁ ଗୁରୁତ୍ବ ଦିଆଯାଉଛି। ଶୃଙ୍ଖଳିତ ଓ ସୁରକ୍ଷିତ ବାଲିଯାତ୍ରା କରାଯିବା ନେଇ ମଧ୍ୟ ଗୁରୁତ୍ବ ଦିଆଯିବ ବୋଲି ସେ କହିଛନ୍ତି।

କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ ।

ବାଲି ଅର୍ଥାତ୍ ଅଧୁନ ଇଣ୍ତୋନେସିଆର ବାଲିଦ୍ୱୀପ ଯାହା ସହ କଳିଙ୍ଗର ନୌବାଣିଜ୍ୟ ସମ୍ପର୍କ ରହିଥିଲା । ଓଡ଼ିଆ ସାଧବ ପୁଅ ଅର୍ଥାତ୍ ବଣିକ ଗୋଷ୍ଠିର ପ୍ରତିନିଧି ଗଣ ବାଲି ଦ୍ୱୀପ ସହ ଯାଭା, ସୁମାତ୍ରା, ବୋର୍ଣିଅ ଦ୍ୱୀପମାନଙ୍କ କାର୍ତ୍ତିକ ପୂର୍ଣ୍ଣିମା ଦିନ ଗମନ କରୁଥିଲେ ଏବଂ ବ୍ୟବସାୟରୁ ପ୍ରାପ୍ତ ଧନସମ୍ପଦ ଉତ୍କଳର ଅର୍ଥନୀତିକୁ କରୁଥିଲେ ସମୃଦ୍ଧ । ଯଦିଓ ଅନ୍ୟାନ୍ୟ ଅଞ୍ଚଳ ସହ ବାଣିଜ୍ୟିକ ସମ୍ପର୍କ ରହିଥିଲା, କିନ୍ତୁ ବାଲି ଦ୍ୱୀପ ପେଣ୍ଠସ୍ଥଳୀ ଭାବେ ପରିଗଣିତ ଥିଲା । ଏଣୁ ଏଭଳି ନାମକରଣ କରାଯାଇଥିବା ଅନୁମାନ କରାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri