ନଭେମ୍ବର ୨୭ରୁ କଟକ ବାଲିଯାତ୍ରା

କଟକ,୧୪ା୧୦ (କାର୍ତ୍ତିକ ସାହୁ): ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ଯାଏ ଅନୁଷ୍ଠିତ ହେବ। ବାଲିଯାତ୍ରାକୁ ଅଧିକ ଚିତ୍ତାକର୍ଷକ, ସୁରକ୍ଷିତ ଓ ଜନାଦୃତ କରିବା ସହ ଉତ୍ତମ ସମନ୍ବୟ ରକ୍ଷା କରିବା ଉପରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଗୁରୁତ୍ୱାରୋପ କରିଛନ୍ତି। ଚଳିତବର୍ଷ ବାଲିଯାତ୍ରା ନିମନ୍ତେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସାହୁ ଆଭାସୀ ମାଧ୍ୟମରେ ଅଧ୍ୟକ୍ଷତା କରି ବାଲିଯାତ୍ରା ସହ ଜଡିତ ବିଭିନ୍ନ ବିଭାଗ ଓ ବିଭାଗୀୟ କାର୍ଯ୍ୟାଳୟ ରାଜ୍ୟ ସରକାରଙ୍କ ସାଧାରଣ ଆର୍ଥିକ ନିୟମାବଳୀ ଅନୁପାଳନ କରିବା ସହ ପରସ୍ପର ମଧ୍ୟରେ ସମନ୍ବୟ ରକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି। ଏଥିରେ କଟକ ମହାନଗର ନିଗମ (ସିଏମ୍‌ସି) ମେୟର ସୁବାସ ସିଂ ଯୋଗଦେଇ କହିଥିଲେ, ଏଭଳି ବୈଠକର ଯଥେଷ୍ଟ ଆବଶ୍ୟକତା ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲିଯାତ୍ରାକୁ ଜାତୀୟ ଉତ୍ସବର ମାନ୍ୟତା ପ୍ରଦାନ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଦ୍ୱାରା ଅନୁରୋଧ କରିଥିଲେ। ଗତ ବାଲିଯାତ୍ରା ସମୟରେ ଇଣ୍ଡୋନେସିଆର ବାଲିଦ୍ୱୀପରେ ଉପସ୍ଥିତ ଥିବା ପ୍ରଧାନମନ୍ତ୍ରୀ କଟକ ବାଲିଯାତ୍ରାର ଅବତାରଣା କରି ଭୂୟସୀ ପ୍ରଶଂସା କରିଥିଲେ। ସିଏମ୍‌ସି ପକ୍ଷରୁ ଛାତ୍ରୀଛାତ୍ରଙ୍କ ଦ୍ୱାରା କାଗଜ ଡଙ୍ଗା ତିଆରି କରି ଗିନିଜ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡରେ ସ୍ଥାନିତ ହେବା ଆନନ୍ଦର ବିଷୟ ଥିଲା। ଚଳିତବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।
କଟକ ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ) ଅଧ୍ୟକ୍ଷ ଅନିଲ କୁମାର ସାମଲ ଚଳିତ ବାଲିଯାତ୍ରାକୁ ଅଧିକ ସରସ ସୁନ୍ଦର କରିବା ନିମନ୍ତେ ବିଭାଗଗୁଡ଼ିକ ତତ୍ପରତାର ସହିତ କାର୍ଯ୍ୟ ସମ୍ପାଦନ କରିବେ ବୋଲି ଦୃଢ ଆଶାପୋଷଣ କରିଥିଲେ। ନିରବଚ୍ଛିନ୍ନ, ସୁରକ୍ଷିତ ଓ ଦେୟମୁକ୍ତ ବିଦ୍ୟୁତ୍‌ ଯୋଗାଣ ଦିଗରେ ଟିପିସିଓଡିଏଲ କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ କରିବାକୁ ସେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କେନ୍ଦ୍ରାଞ୍ଚଳ ଆର୍‌ଡିସି ଡ. ସୁରେଶ ଚନ୍ଦ୍ର ଦଳାଇ ସମସ୍ତେ ନିଜ ନିଜର ଦାୟିତ୍ୱ ଓ କର୍ତ୍ତବ୍ୟ ସୁଚାରୁରୂପେ ସମ୍ପାଦନ କରିବା ସହ ବାଲିଯାତ୍ରାର ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବାକୁ ଆଶାପ୍ରକାଶ କରିଥିଲେ।
ଜିଲାପାଳ ଭବାନୀ ଶଙ୍କର ଚୟନୀ ରାସ୍ତାଘାଟ ମରାମତି, ବାଲିଯାତ୍ରା ପଡ଼ିଆର ଭିତ୍ତିଭୂମି, ୱାଟ୍‌କୋ ଦ୍ୱାରା ପାନୀୟଜଳ ଯୋଗାଣ, ଟିପିସିଓଡିଏଲ ଦ୍ୱାରା ଆଲୋକୀକରଣ, ଓର୍‌ମାସ୍‌ ଆନୁକୂଲ୍ୟରେ ପଲ୍ଲିଶ୍ରୀ ମେଳାର ଷ୍ଟଲ ସଂଖ୍ୟା ୪୦୦କୁ ବୃଦ୍ଧି କରିବା, ପର୍ଯ୍ୟଟନ ବିଭାଗ ପକ୍ଷରୁ ବାଲିଯାତ୍ରାକୁ ପର୍ଯ୍ୟଟନ ପଞ୍ଜିକାରେ ସ୍ଥାନିତ କରିବା, ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ମୁଦ୍ରିତ ଏବଂ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ବିଜ୍ଞାପନ ମାଧ୍ୟମରେ ଏହାର ବ୍ୟାପକ ପ୍ରଚାର ପ୍ରସାର ଓ ଉତ୍ସବକୁ ଜାତୀୟସ୍ତରୀୟ ମାନ୍ୟତା ପ୍ରଦାନ ନିମନ୍ତେ ହେଉଥିବା ଉଦ୍ୟମକୁ ଦୃଷ୍ଟିରେ ରଖି ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ନେଇ ଏକ ସଞ୍ଚାଳିତ ଭ୍ରମଣ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଶାଳ ଆୟୋଜନକୁ ଦୃଷ୍ଟିରେ ରଖି ଆର୍ଥିକ ଅନୁଦାନକୁ ବୃଦ୍ଧି କରିବା ଲାଗି ଜିଲାପାଳ ଅନୁରୋଧ କରିଥିଲେ। କଟକ ଡିସିପି ପିନାକ ମିଶ୍ର କହିଥିଲେ, ଲକ୍ଷାଧିକ ଦର୍ଶକ କଟକ ବାଲିଯାତ୍ରାକୁ ଆଗମନ କରୁଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରାଯିବ। ଘଟଣାମୁକ୍ତ ବାଲିଯାତ୍ରା ଆୟୋଜନ କରାଇବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ଗାଡ଼ି ରହଣିସ୍ଥଳ ଚିହ୍ନଟ, ଯାନବାହନ ନିୟନ୍ତ୍ରଣ, ୱାଚ୍‌ ଟାୱାର ନିର୍ମାଣକୁ ପ୍ରାଧାନ୍ୟ ଦିଆଯିବା ସହ ଆବଶ୍ୟକସ୍ଥଳେ ଅତିରିକ୍ତ ଫୋର୍ସ ନିୟୋଜନ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଥିଲେ।
ଏହି ବୈଠକରେ ଅତିରିକ୍ତ ଜିଲାପାଳ ଉମାକାନ୍ତ ରାଜ, କଟକ ଜିଲା ପରିଷଦର ନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟ, ଉପନିର୍ଦ୍ଦେଶକ ତଥା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମକରନ୍ଦ ବେଉରା, ବାରଙ୍ଗ ତହସିଲଦାର ସଙ୍କଳ୍ପ ସ୍ବସ୍ତିକ ସାହୁ, କଟକ ସଦର ତହସିଲଦାର ସୁଜୟ କୁମାର ପତି ଓ ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?