ନଭେମ୍ବର ୮ରୁ କଟକ ବାଲିଯାତ୍ରା

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ଦୁଇବର୍ଷ ପରେ ଆସନ୍ତା ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କଟକର ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା। ଏହାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଉତ୍ସବର ପରିଚାଳନା ଓ ଆର୍ଥିକ ବ୍ୟବସ୍ଥା ସମ୍ପର୍କିତ ତଥ୍ୟ ଉପସ୍ଥାପନ କରିଥିଲେ।
ବାଲିଯାତ୍ରାରେ ଓଡ଼ିଶାର ବିଭିନ୍ନ ଜିଲାରୁ ଅଧିକ ସଂଖ୍ୟକ କଳାକାର ଓ ଶିଳ୍ପୀମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଯାତ୍ରା ପଡ଼ିଆକୁ ରାସ୍ତା ସଂଯୋଗ, ଟ୍ରାଫିକ୍‌ ନିୟନ୍ତ୍ରଣ, ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ, ଷ୍ଟଲ୍‌ ପାଇଁ ସ୍ଥାନ ନିର୍ଦ୍ଧାରଣ, ବିଦ୍ୟୁତ୍‌ ସଂଯୋଗ, ପରିମଳ, ସ୍ବାସ୍ଥ୍ୟ ସେବା ଓ ଆଇନଶୃଙ୍ଖଳା ଆଦି ଉପରେ ଗୁରୁତ୍ୱାରୋପ କରାଯାଇଛି। ଏସବୁର ଉତ୍ତମ ପରିଚାଳନା ନିମନ୍ତେ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଯାତ୍ରା ପଡ଼ିଆରେ ଅଧିକ ସଂଖ୍ୟକ ପାଣି ଟ୍ୟାଙ୍କର, ଅସ୍ଥାୟୀ ବାୟୋ ଟଏଲେଟ୍‌ ବ୍ୟବସ୍ଥା କରିବାକୁ କଟକ ପୌର ପରିଷଦ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ କୁହାଯାଇଛି। ଯାତ୍ରା ପଡ଼ିଆରେ କେବୁଲ ମାଧ୍ୟମରେ ବିଦ୍ୟୁତ୍‌ ସଂଯୋଗ କରିବାକୁ ବିତରକ କମ୍ପାନୀକୁ ନିର୍ଦ୍ଦେଶ ଦିଆଯାଇଛି। ଯାତ୍ରା ସମୟରେ ନଦୀରେ ଜଳକ୍ରୀଡ଼ା ଏବଂ ଡେଜର୍ଟ ବାଇକ୍‌ ରାଇଡିଂ ଆଦି ବ୍ୟବସ୍ଥା ବିଷୟରେ ମଧ୍ୟ ଆଲୋଚନା ହୋଇଛି । ଏବର୍ଷ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ତରଫରୁ ଅଧିକ ସଂଖ୍ୟକ ଲୋକକଳା, ସଙ୍ଗୀତ ଏବଂ ନୃତ୍ୟ ଟ୍ରୁପ୍‌ ଯୋଗାଇ ଦିଆଯିବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାଢ଼ୀ ବୈଠକରେ ସୂଚନା ଦେଇଛନ୍ତି। ଏନ୍‌ଜିଟି ଗାଇଡ୍‌ଲାଇନ ଅନୁସାରେ ବାଲିଯାତ୍ରା ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଗୃହ ଓ ନଗର ଉନ୍ନୟନ, ପୂର୍ତ୍ତ, ଶକ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଆଦି ବିଭାଗ ମାଧ୍ୟମରେ ଯାତ୍ରା ପ୍ରସ୍ତୁତି ପାଇଁ ପ୍ରାୟ ୧୫.୩୫ କୋଟି ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚଇନି, କଟକ ଉନ୍ନୟନ କର୍ତ୍ତୃପକ୍ଷ ଅଧ୍ୟକ୍ଷ ଅନିଲ କୁମାର ସାମଲ, କଟକ ପୌର ପରିଷଦ କମିଶନର ନିଖିଲ ପଓ୍ବନ କଲ୍ୟାଣ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ । କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri