ନଭେମ୍ବର ୮ରୁ କଟକ ବାଲିଯାତ୍ରା

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ଦୁଇବର୍ଷ ପରେ ଆସନ୍ତା ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କଟକର ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା। ଏହାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଉତ୍ସବର ପରିଚାଳନା ଓ ଆର୍ଥିକ ବ୍ୟବସ୍ଥା ସମ୍ପର୍କିତ ତଥ୍ୟ ଉପସ୍ଥାପନ କରିଥିଲେ।
ବାଲିଯାତ୍ରାରେ ଓଡ଼ିଶାର ବିଭିନ୍ନ ଜିଲାରୁ ଅଧିକ ସଂଖ୍ୟକ କଳାକାର ଓ ଶିଳ୍ପୀମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଯାତ୍ରା ପଡ଼ିଆକୁ ରାସ୍ତା ସଂଯୋଗ, ଟ୍ରାଫିକ୍‌ ନିୟନ୍ତ୍ରଣ, ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ, ଷ୍ଟଲ୍‌ ପାଇଁ ସ୍ଥାନ ନିର୍ଦ୍ଧାରଣ, ବିଦ୍ୟୁତ୍‌ ସଂଯୋଗ, ପରିମଳ, ସ୍ବାସ୍ଥ୍ୟ ସେବା ଓ ଆଇନଶୃଙ୍ଖଳା ଆଦି ଉପରେ ଗୁରୁତ୍ୱାରୋପ କରାଯାଇଛି। ଏସବୁର ଉତ୍ତମ ପରିଚାଳନା ନିମନ୍ତେ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଯାତ୍ରା ପଡ଼ିଆରେ ଅଧିକ ସଂଖ୍ୟକ ପାଣି ଟ୍ୟାଙ୍କର, ଅସ୍ଥାୟୀ ବାୟୋ ଟଏଲେଟ୍‌ ବ୍ୟବସ୍ଥା କରିବାକୁ କଟକ ପୌର ପରିଷଦ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ କୁହାଯାଇଛି। ଯାତ୍ରା ପଡ଼ିଆରେ କେବୁଲ ମାଧ୍ୟମରେ ବିଦ୍ୟୁତ୍‌ ସଂଯୋଗ କରିବାକୁ ବିତରକ କମ୍ପାନୀକୁ ନିର୍ଦ୍ଦେଶ ଦିଆଯାଇଛି। ଯାତ୍ରା ସମୟରେ ନଦୀରେ ଜଳକ୍ରୀଡ଼ା ଏବଂ ଡେଜର୍ଟ ବାଇକ୍‌ ରାଇଡିଂ ଆଦି ବ୍ୟବସ୍ଥା ବିଷୟରେ ମଧ୍ୟ ଆଲୋଚନା ହୋଇଛି । ଏବର୍ଷ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ତରଫରୁ ଅଧିକ ସଂଖ୍ୟକ ଲୋକକଳା, ସଙ୍ଗୀତ ଏବଂ ନୃତ୍ୟ ଟ୍ରୁପ୍‌ ଯୋଗାଇ ଦିଆଯିବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାଢ଼ୀ ବୈଠକରେ ସୂଚନା ଦେଇଛନ୍ତି। ଏନ୍‌ଜିଟି ଗାଇଡ୍‌ଲାଇନ ଅନୁସାରେ ବାଲିଯାତ୍ରା ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଗୃହ ଓ ନଗର ଉନ୍ନୟନ, ପୂର୍ତ୍ତ, ଶକ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଆଦି ବିଭାଗ ମାଧ୍ୟମରେ ଯାତ୍ରା ପ୍ରସ୍ତୁତି ପାଇଁ ପ୍ରାୟ ୧୫.୩୫ କୋଟି ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚଇନି, କଟକ ଉନ୍ନୟନ କର୍ତ୍ତୃପକ୍ଷ ଅଧ୍ୟକ୍ଷ ଅନିଲ କୁମାର ସାମଲ, କଟକ ପୌର ପରିଷଦ କମିଶନର ନିଖିଲ ପଓ୍ବନ କଲ୍ୟାଣ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ । କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri