ବାଲିଯାତ୍ରା: ଆଜିଠୁ ବ୍ୟବସାୟୀଙ୍କୁ ମିଳିବ ଜାଗା

କଟକ ଅଫିସ,୩ା୧୧: ଆସନ୍ତା ୮ ତାରିଖରେ କଟକ ବାଲିଯାତ୍ରା। ଏଥିପାଇଁ ଉଭୟ ତଳ ଓ ଉପର ପଡିଆ ଚଳଚଞ୍ଚଳ ହୋଇପଡିଛି। କରୋନା ମହାମାରୀ ଯୋଗୁ ୨ ବର୍ଷ ଧରି ବନ୍ଦ ରହିଥିବାବେଳେ ଚଳିତବର୍ଷ ବାଲିଯାତ୍ରାରେ ବହୁସଂଖ୍ୟକ ଲୋକଙ୍କ ସମାଗମ ହେବା ଆଶା କରାଯାଉଛି। ତେଣୁ ବାଲିଯାତ୍ରାରେ ଏଥର ଅନେକ କିଛି ନୂତନତା ଦେଖିବାକୁ ମିଳିଛି। ବାଲିଯାତ୍ରା ପଡିଆରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ ବ୍ୟବସ୍ଥା ସାଙ୍ଗକୁ ବାଲୁକାକଳା ପ୍ରଦର୍ଶନ କରାଯିବ। ସେହିପରି ମହାନଦୀ ଜଳରାଶିରେ ଲୋକମାନେ ବୋଟିଂର ମଜା ନେଇପାରିବେ। ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’କୁ ପରୀକ୍ଷାମୂଳକ ଭାବେ ପ୍ରଦର୍ଶନ କରାଯାଉଛି। ଏହାକୁ ଦେଖିବା ପାଇଁ ବାଲିଯାତ୍ରା ପଡିଆରେ ଲୋକଙ୍କ ଭିଡ ଜମୁଛି। ସେହିପରି ଚଳିତବର୍ଷ ଧବଳେଶ୍ୱର ମନ୍ଦିର, ମସ୍‌ଜିଦ୍‌, ଚର୍ଚ୍ଚ, ଗୁରୁଦ୍ୱାରର ପ୍ରତିକୃତି ନିର୍ମାଣ କରାଯାଉଛି। ଏଥିସହ ଭିନ୍ନକ୍ଷମ ତଥା ବୟସ୍କ ଲୋକମାନେ ବାଲିଯାତ୍ରା ବୁଲିବା ପାଇଁ ବିଶେଷ ବ୍ୟବସ୍ଥା କରାଯାଇଛି। ଚଳିତବର୍ଷ ସ୍ବର୍ଗତ ଅକ୍ଷୟ ମହାନ୍ତିଙ୍କ ନାମରେ ଏକ ପ୍ରବେଶ ପଥର ନାମକରଣ ସହ ତୋରଣ ନିର୍ମାଣ ହେବାକୁ ଯାଉଛି। ବାଲିଯାତ୍ରା ପାଇଁ ବୁଧବାର ବଳକା ପ୍ଲଟ୍‌ ବଣ୍ଟନ କାର୍ଯ୍ୟ ପ୍ରାୟ ଶେଷ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ବଳକା ରହିଥିବା ପ୍ରାୟ ୨୫୦ଟି ପ୍ଲଟ୍‌କୁ ବୁଧବାର ସୁଦ୍ଧା ଆବଣ୍ଟନ କରାଯିବା ପାଇଁ ସ୍ଥିର ହୋଇଥିଲା। ପ୍ରାୟ ୧୩୫ ପ୍ଲଟ୍‌ ଆବଣ୍ଟନ ହୋଇସାରିଛି। ଯେଉଁ ଉଠାଦୋକାନୀମାନେ ପଞ୍ଜୀକରଣ କରିଛନ୍ତି, ସେମାନଙ୍କୁ ଗୁରୁବାରଠାରୁ ଜାଗା ପ୍ରଦାନ କରାଯିବ ା


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?