କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଭୁବନେଶ୍ୱର, ୬।୨: ଐତିହାସିକ କଟକ ବାଲିଯାତ୍ରାକୁ ମିଳିଛି ଜାତୀୟ ମାନ୍ୟତା। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏଥିପାଇଁ ଚିଠି ଲେଖିଥିଲେ । ପୂର୍ବରୁ କଟକ ମେୟର ସୁବାସ ସିଂ ମଧ୍ୟ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଙ୍କୁ ଭେଟି ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଥିଲେ।

ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ ।

ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ।

କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା ।

କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri