ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡସ୍‌ରେ କଟକ ବାଲିଯାତ୍ରା

କଟକ ଅଫିସ, ୧୫ା୧୧: ୩୫ ମିନିଟ୍‌ରେ ୨୨,୪୭୩ କାଗଜ ଡଙ୍ଗା ପ୍ରସ୍ତୁତ କରି ଗିନିଜ୍‌ ଓ୍ବାଲ୍ଡ ରେକର୍ଡସ୍‌ରେ ସ୍ଥାନ ପାଇଛି କଟକ ବାଲିଯାତ୍ରା। ଐତିହାସିକ କଟକ ବାଲିଯାତ୍ରା ଅବସରରେ ମଙ୍ଗଳବାର ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ କାଗଜ ଡଙ୍ଗା ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ସହରର ୨୨ଟି ସ୍କୁଲର ୨୧୨୧ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲ। କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ୧୫ ମିନିଟ୍‌ରେ ୧୦,୦୦୦ କାଗଜ ଡଙ୍ଗା ପ୍ରସ୍ତୁତି ପାଇଁ ଲକ୍ଷ୍ୟ ରଖାଯାଇଥିଲା। ହେଲେ ଧାର୍ଯ୍ୟ ଲକ୍ଷ୍ୟଠାରୁ ଢେର ଅଧିକ ଡଙ୍ଗା ପ୍ରସ୍ତୁତ କରାଯାଇଥିଲା, ଯାହାକି କଟକର ଗରିମାକୁ ବିଶ୍ୱ ଦରବାରରେ ପୁଣି ଥରେ ଉଜ୍ଜୀବିତ କରିଛି। ଏହି ଅବସରରେ ବାରବାଟି ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଗିନିଜ୍‌ ୱାଲର୍‌ଡ ରେକଡର୍‌ସର କର୍ତ୍ତୃପକ୍ଷ ସିଏମ୍‌ସି ମେୟର ସୁବାସ ସିଂଙ୍କୁ ସାର୍ଟିଫିକେଟ୍‌ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସିଏମ୍‌ସି କମିଶନର ନିଖିଲ ପଓ୍ବନ କଲ୍ୟାଣ, ଡେପୁଟି କମିଶନର ସଞ୍ଜୀବିତା ରାଏ, ଅଜୟ ମହାନ୍ତି, ଡେପୁଟି ମେୟର ଦମୟନ୍ତୀ ମାଝି, ଡିସିପି ପିନାକ ମିଶ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri