୧୩ରେ କଟକ ବନ୍ଦ

କଟକ ଅଫିସ, ୭।୯: ଦୁର୍ଗାପୂଜା ପାଇଁ ପ୍ରତିମା ଉଚ୍ଚତା ୪ଫୁଟରେ ସୀମିତ ରଖିବା ଓ ପରଦା ଆବଦ୍ଧରେ ପୂଜା କରିବାକୁ ରାଜ୍ୟ ସରକାର ନିୟମାବଳୀ ଜାରି କରିଛନ୍ତି। ଏହାକୁ ବିରୋଧ କରି ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଆସନ୍ତା ୧୩ତାରିଖରେ କଟକ ବନ୍ଦ ଡାକରା ଦିଆଯାଇଛି। ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ସିଡିଏ ବାସଭବନସ୍ଥିତ ଦଳୀୟ କାର୍ଯ୍ୟାଳୟରେ ସୋମବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭାଜପା କର୍ମକର୍ତ୍ତା ଏହି ସୂଚନା ଦେଇଛନ୍ତି।
ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦେ ଏବଂ କଟକ ନଗର ଜିଲା ସଭାପତି ଲଲାଟେନ୍ଦୁ ବଡ଼ୁ କହିଛନ୍ତି, କରୋନା ମହାମାରୀ ସ୍ଥିତି ଅନୁଧ୍ୟାନ କରି ରାଜ୍ୟ ସରକାର କଟକଣାକୁ ବହୁମାତ୍ରାରେ କୋହଳ କରିଛନ୍ତି। ସମସ୍ତ ଧର୍ମାନୁଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ, ପ୍ରେକ୍ଷାଳୟ ଇତ୍ୟାଦିକୁ କୋଭିଡ୍‌ କଟକଣା ମଧ୍ୟରେ ଖୋଲିବାକୁ ଅନୁମତି ଦେଇଛନ୍ତି। ମାତ୍ର ଦୁର୍ଗାପୂଜାରେ ପ୍ରତିମା ଉଚ୍ଚତା ୪ ଫୁଟରେ ସୀମିତ ରଖିବା ସହ ପରଦା ଆବଦ୍ଧ କରି ପୂଜା କରିବାକୁ ନିୟମାବଳୀ ଜାରି କରିଛନ୍ତି। ଏଭଳି ପାର୍ବଣ କଟକଣାକୁ କଟକ ସହରବାସୀ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ଏହି କଟକଣା ପ୍ରତିବାଦରେ କଟକର କୋଣ ଅନୁକୋଣରେ ପ୍ରତିବାଦର ସ୍ବର ତୀବ୍ର ହେବାରେ ଲାଗିଛି। ଏଣୁ ଉକ୍ତ କଟକଣାର ପୁନର୍ବିଚାର କରି ପ୍ରତିମା ଉଚ୍ଚତାରେ କୌଣସି ସୀମା ନ ରଖିବା ସହ ବିନା ପରଦାରେ କୋଭିଡ୍‌ ନିୟମ ମାନି ପୂଜା କରିବାକୁ ଅନୁମତି ଦେବାକୁ ଦାବି କରାଯାଇଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସମିତା ରଞ୍ଜନ ପଟ୍ଟନାୟକ, ବିନୋଦ ଦାସ, ଦେବାଶିଷ ରାୟ ଏବଂ ଲକ୍ଷ୍ମୀଧର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri