ଆଜି କଟକ ବନ୍ଦ: ଜାଣନ୍ତୁ କ’ଣ ରହିବ ବନ୍ଦ କ’ଣ ରହିବ ଖୋଲା

କଟକ,୬ା୧୦:କଟକ ସହରର ଦରଘାବଜାର ଦେଇ ଶୁକ୍ରବାର ରାତିରେ ଦୁର୍ଗାମେଢ଼ ଭସାଣି ଶୋଭାଯାତ୍ରା ଯାଉଥିବା ସମୟରେ ଜୟ ଶ୍ରୀରାମ ଧ୍ୱନିକୁ ନେଇ ଏକ ନିର୍ଦ୍ଦିଷ୍ଟ ଦିଗରୁ ପଥର, କାଚବୋତଲ ମାଡ଼ ହୋଇଥିଲା। ଏଥିରେ ଅନେକ ଆହତ ହୋଇଥିବାବେଳେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ ଶୋଭାଯାତ୍ରାରେ ଶ୍ରୀରାମଙ୍କ ସଙ୍ଗୀତକୁ ବିରୋଧ କରିଥିଲେ। ଏହାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ଉତ୍ତେଜନା ଦେଖାଦେଇଛି। ଘଟଣାର ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ସୋମବାର କଟକ ବନ୍ଦ ଡାକରା ଦିଆଯାଇଥିବାବେଳେ ରବିବାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଶୋଭାଯାତ୍ରା କରାଯାଇଛି। ବିଶ୍ବ ହିନ୍ଦୁ ପରିଷଦ କଟକ ମହାନଗର ଓ ବିଭିନ୍ନ ହିନ୍ଦୁ ସଂଗଠନ ତରଫରୁ ରବିବାର ଅପରାହ୍ନରେ ଏକ ମୋଟରସାଇକେଲ ରାଲି ହୋଇଯାଇଛି। ଏହି ରାଲି ବିଦ୍ୟାଧରପୁରରୁ ବାହାରି ନୂଆବଜାର, ପୋତାପୋଖରୀ, ଚାଉଳିଆଗଞ୍ଜ, ଓଏମ୍‌ପି, କଲେଜ ଛକ, ରାଣୀହାଟ, ବଜ୍ରକବାଟି, ଦୋଳମୁଣ୍ଡାଇ, ବାଦାମବାଡ଼ି ଟ୍ରାଫିକ ଛକ, ଦୋଳମୁଣ୍ଡେଇ, ହରିପୁର, ହାତୀପୋଖରୀ, ଦରଘା ବଜାର, ଚୌଧୁରୀ ବଜାର, ନୟାସଡ଼କ, ନିମଚୌଡ଼ି, ଚାନ୍ଦିନୀଚୌକ ଆଦି ଅଞ୍ଚଳ ପରିକ୍ରମା କରିଛି।
ସୋମବାର କଟକ ବନ୍ଦ ଡାକରାରେ ବ୍ୟବସାୟୀ ଓ ଲୋକମାନଙ୍କୁ ହଇରାଣ ହେବାରୁ ରକ୍ଷା କରିବା ପାଇଁ ମାଲଗୋଦାମ ବନ୍ଦ ରଖିବାକୁ ବ୍ୟବସାୟୀ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସଂଘର ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ଛାଟୋଇ ଏନେଇ ରବିବାର ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ପେଟ୍ରୋଲ ପମ୍ପ, ହସ୍ପିଟାଲ, ମେଡିସିନ ଷ୍ଟୋର୍‌ ଓ ଗ୍ରୋସରୀ ଦୋକାନ ଖୋଲା ରହିବ। କଟକରେ କର୍ଫ୍ୟୁ କଟକଣା ନେଇ ଅତିରିକ୍ତ ପୋଲିସ କମିଶନରଙ୍କ ସୂଚନା ଦେଇଛନ୍ତି। ଅଧିକ ବସ ଚଳାଚଳ ନ କରିବା ପାଇଁ ପୋଲିସ ପକ୍ଷରୁ ବିଶେଷ ଅନୁରୋଧ କରାଯାଇଛି। କଟକ ସହରରେ ଥିବା ସବୁ ସରକାରୀ ଅଫିସ ଓ SCB ମେଡିକାଲ ଖୋଲା ରହିବ ବୋଲି ଜଣାପଡ଼ିଛି।

ଏହି ସମୟରେ ଦରଘାବଜାର ଓ ନିକଟସ୍ଥ ଅଞ୍ଚଳର କେତେକ ସ୍ଥାନରେ ଜଳାପୋଡ଼ା ଏବଂ ଭଙ୍ଗାରୁଜା ହୋଇଛି। ଏପରିକି ଗାଡ଼ିମୋଟର, ଦୋକାନ ଭଙ୍ଗାରୁଜା ହେବାସହ ପୋଲିସ ଉପରକୁ ଢେଲାମାଡ଼ କରାଯାଇଛି। ଉତ୍ତେଜନାକୁ ଦୃଷ୍ଟିରେ ରଖି ସରକାର ଦରଘା ବଜାର ସମେତ ସହରର ୧୩ଟି ଥାନା ଅଞ୍ଚଳରେ ରବିବାର ରାତି ୧୦ରୁ ୩୬ ଘଣ୍ଟା ଯାଏ କର୍ଫ୍ୟୁ ଲଗାଇଛନ୍ତି। ସେହିପରି ସହର ଓ ଉପକଣ୍ଠରେ ସୋସିଆଲ ମିଡିଆ ଉପରେ କଟକଣା ଲଗାଇଛନ୍ତି। ରବିବାର ସନ୍ଧ୍ୟା ୭ଟାରୁ ସୋମବାର ସନ୍ଧ୍ୟା ୭ଟା ଯାଏ ଏହି କଟକଣା ବଳବତ୍ତର ରହିବ। ଏହି ସମୟରେ ହ୍ବାଟ୍ସଆପ୍‌, ଫେସ୍‌ବୁକ୍‌, ଏକ୍ସ, ଇନ୍‌ଷ୍ଟାଗ୍ରାମ୍‌, ସ୍ନାପ୍‌ଚାଟ୍‌ ଆଦି ଇଣ୍ଟରନେଟ୍‌ ସେବା ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି। ଏହାସହ କଟକରେ କ୍ୟାମ୍ପ କରି ରହିବାକୁ ଡିଜିପିଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପ୍ରକାର ଅପ୍ରୀତିକର ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖିବାକୁ ଡିଜିପିଙ୍କୁ କୁହାଯାଇଛି। ସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସ କମିଶନର ୩ଟି ସ୍ପେଶାଲ ଟିମ୍‌ ଗଠନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?