ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି ନେଇ ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳଙ୍କୁ ହାଜର ହେବାକୁ ପଡ଼ିବ।

ବିଜୁ ପଟ୍ଟନାୟକ ପାର୍କର ସୌନ୍ଦର୍ଯ୍ୟକରଣ ଓ ମୌଳିକ ସୁବିଧା ସମ୍ପର୍କିତ ମାମଲାର ଶୁଣାଣି ସମୟରେ  ଶନିବାର  କଟକ ମହାନଗର ନିଗମ (ସିଏମ୍‌ସି) କମିଶନର ହାଇକୋର୍ଟରେ ନିଜ ପକ୍ଷ ରଖିଥିଲେ। ପାର୍କରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାମ ସମ୍ପର୍କରେ କୋର୍ଟଙ୍କୁ ଅବଗତ କରାଯାଇଥିଲା।

ସିଏମ୍‌ସି ପକ୍ଷରୁ କୋର୍ଟଙ୍କୁ କୁହାଯାଇଛି ଯେ, ବିଜୁ ପଟ୍ଟନାୟକ ପାର୍କର ଆଲୋକୀକରଣ କାମ ଖୁବ୍‌ଶୀଘ୍ର ଶେଷ କରାଯିବ। ଏଥିସହ ପାର୍କରେ ଆବଶ୍ୟକ ଅନ୍ୟାନ୍ୟ ମୌଳିକ ସୁବିଧା ସମ୍ପର୍କିତ କାମ ମଧ୍ୟ ଶୀଘ୍ର ସମ୍ପୂର୍ଣ୍ଣ କରାଯିବ ବୋଲି ଅଦାଲତଙ୍କୁ ଅବଗତ କରାଯାଇଛି।

ସୂଚନାଯୋଗ୍ୟ, ଗତ ୨୭ ତାରିଖରେ ହାଇକୋର୍ଟର ଦୁଇଜଣ ବିଚାରପତି ବିଜୁ ପଟ୍ଟନାୟକ ପାର୍କ ପରିଦର୍ଶନ କରି ସେଠାକାର ସ୍ଥିତି ଓ ଚାଲିଥିବା କାମର ଅନୁଧ୍ୟାନ କରିଥିଲେ। ପାର୍କରେ ଆଲୋକୀକରଣ ସମେତ ଅନ୍ୟାନ୍ୟ ମୌଳିକ ସୁବିଧାର ସ୍ଥିତି ନେଇ ଅଦାଲତ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି।

ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ସେପ୍ଟେମ୍ବର ୧୦ ତାରିଖରେ ହେବ। ତେବେ ଏହା ପୂର୍ବରୁ ସେପ୍ଟେମ୍ବର ୩ ତାରିଖରେ କଟକ ଜିଲ୍ଲାପାଳ ହାଇକୋର୍ଟରେ ହାଜର ହୋଇ ପାର୍କ ସମ୍ପର୍କିତ ତଥ୍ୟ ଓ ଅଗ୍ରଗତି ନେଇ ଅଦାଲତଙ୍କୁ ଅବଗତ କରିବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri