ବର୍ଷାରେ କଟକ ଜଳାର୍ଣ୍ଣବ

କଟକ,୧୬।୭(ସୁପ୍ରିୟା ପ୍ରିୟଦର୍ଶିନୀ)ଲଘୁଚାପଜନିତ ଲଗାଣ ବର୍ଷାରେ କଟକ ସହରର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ଅନେକ ଗଳି ରାସ୍ତାରେ ବର୍ଷାପାଣି ଲହଡ଼ି ଭାଙ୍ଗୁଛି। ସେହିପରି ଆଉ କେତେକ ଅଞ୍ଚଳର ଲୋକଙ୍କ ଘରେ ପାଣି ପଶିଯାଇଛି। ଏଥିପାଇଁ ସେମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବର୍ଷାଜଳ ନିଷ୍କାସନ ପାଇଁ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରାଯାଉ ନ ଥିବାରୁ ପ୍ରତିବର୍ଷ ସହରବାସୀ ଜଳବନ୍ଦୀ ଅବସ୍ଥାରେ ରହୁଛନ୍ତି। ଏହାକୁ ନେଇ ଅସନ୍ତୋଷ ଜୋର୍‌ ଧରିଛି। ତୁରନ୍ତ ଏହାର ସ୍ଥାୟୀ ସମାଧାନ ପାଇଁ ସହରବାସୀ ଦାବି କରିଛନ୍ତି।
ବର୍ଷା ପୂର୍ବରୁ ସହରରେ ପଙ୍କୋଦ୍ଧାର କାର୍ଯ୍ୟ ସରିନାହିଁ। ଏପରି କି ଡ୍ରେନ୍‌ଗୁଡିକ ବିପର୍ଯ୍ୟସ୍ତ ଅବସ୍ଥାରେ ଥିବାରୁ ବର୍ଷାଜଳ ନିଷ୍କାସନ ହୋଇ ନ ପାରି ଜଳବନ୍ଦୀ ସ୍ଥିତି ଉପୁଜିଛି। ବିଶେଷକରି ବାଦାମବାଡି, ମେହେନ୍ଦିପିର, ଦିଓ୍ବାନ ବଜାର, ଖଟବିନ୍‌ ସାହି, ମହମ୍ମଦିଆ ବଜାର ଅଞ୍ଚଳର ରାସ୍ତାରେ ବର୍ଷାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ସେହିପରି ମେରିଆ ବଜାର, ନୂଆ ରାଉସାପାଟଣା, ସୂତାହାଟ, ରୋଭର ଷ୍ଟ୍ରିଟ୍‌, ପଟ୍ଟାପୋଲ ଅଞ୍ଚଳରେ ଲୋକମାନେ ଘରେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ସହରର ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି ବୋଲି ସିଏମ୍‌ସି ପକ୍ଷରୁ ଜୋରସୋରରେ ପ୍ରଚାର କରାଯାଉଛି। ବର୍ଷାକୁ ନଜରରେ ରଖି ସିଏମ୍‌ସି କାର୍ଯ୍ୟ ଆରମ୍ଭ କରିଛି। ଚଳିତବର୍ଷ ବର୍ଷାଦିନେ ସହର ଜଳମୟ ହେବନି ବୋଲି ମେୟର କହିଥିବାବେଳେ ଶନିବାର ସ୍ଥିତି ସମ୍ପୂର୍ଣ୍ଣ ଓଲଟା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?