ବର୍ଷାରେ କଟକ ଜଳମଗ୍ନ

କଟକ ଅଫିସ, ୭ା୭:ମଙ୍ଗଳବାର ସନ୍ଧ୍ୟାରେ ପ୍ରବଳ ବର୍ଷାଯୋଗୁ କଟକର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ବର୍ଷା ପୂର୍ବରୁ ସହରରେ ନାଳରୁ ପଙ୍କୋଦ୍ଧାର କାର୍ଯ୍ୟ ଶେଷ ହୋଇ ନ ଥିବାରୁ ଏଭଳି ଜଳବନ୍ଦୀ ସ୍ଥିତି ଉପୁଜିଥିଲା। ବିଶେଷକରି ସହରର ମୁଖ୍ୟ ରାସ୍ତାରେ ବର୍ଷାପାଣି ଲହଡି ଭାଙ୍ଗି ବନ୍ୟାର ଭ୍ରମ ସୃଷ୍ଟି କରିଥିବାବେଳେ ସହର ତଳି ଅଞ୍ଚଳର ଥିବା ଲୋକଙ୍କ ଘରେ ପାଣି ପଶିଥିଲା।
ମିଳିଥିବା ସୂଚନା ଅନୁଯାୟୀ, କଟକରେ ସନ୍ଧ୍ୟା ସମୟରେ ପ୍ରାୟ ଦେଢଘଣ୍ଟା ବର୍ଷା ହୋଇଥିଲା। ଏଥିଯୋଗୁ ବାଦାମବାଡି, ରାଣୀହାଟ, ମଙ୍ଗଳାବାଗ,କଲେଜଛକ, ଲିଙ୍କ୍‌ରୋଡ, ଖାନ୍‌ନଗର, ଦୋଳମୁଣ୍ଡାଇ ଅଞ୍ଚଳ ରାସ୍ତାରେ ଆଣ୍ଡୁଏ ଉଚ୍ଚର ପାଣି ଜମି ରହିଥିଲା। ସେହିପରି ସହର ତଳି ଅଞ୍ଚଳ ସୂତାହାଟ, ବକ୍ସିବଜାର ପେନ୍‌ସନ୍‌ ଲେନ୍‌, ପଟାପୋଲ, ଓଡିଆ ବଜାର, ଗଙ୍ଗାମନ୍ଦିର, କାଜିବଜାର, ମହିଦାସ ବଜାର, କାଠଗଡା ସାହି ରାସ୍ତା ବୁଡି ଯାଇଥିବାବେଳେ ଅନେକ ଲୋକଙ୍କ ଘରେ ପାଣିପଶି ଜିନିଷପତ୍ର ଭାସୁଥିବା ଦେଖିବାକୁ ମିଳିଥିଲା। କିଛି ଘଣ୍ଟା ପାଇଁ ଲୋକମାନେ ଘର ଭିତରେ ଜଳବନ୍ଦୀ ଅବସ୍ଥାରେ ରହିବାକୁ ବାଧ୍ୟ ହୋଇଥିଲେ। ବର୍ଷା ପୂର୍ବରୁ ଲୋକମାନେ ଯେଉଁଠାରେ ଗାଡ଼ି ରଖିଥିଲେ, ବର୍ଷା ଛାଡିବା ପରେ ତାହା ଅଧା ବୁଡି ଯାଇଥିଲା। ତେବେ ସହରରେ ଏଭଳି ପରିସ୍ଥିତି ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ସମ୍ପୂର୍ଣ୍ଣ ଭାବେ ଦାୟୀ ବୋଲି ସହରବାସୀ ଅଭିଯୋଗ କରିଛନ୍ତି। ଠିକ୍‌ ଭାବେ ସିଏମ୍‌ସି ପକ୍ଷରୁ ନାଳନର୍ଦ୍ଦମାରୁ ପଙ୍କ ଉଦ୍ଧାର କରାଯାଇ ନଥିବାରୁ ମଙ୍ଗଳବାର ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଏ ସମ୍ପର୍କରେ ଜାଣିବା ପାଇଁ ସିଏମ୍‌ସିର ନିର୍ବାହୀଯନ୍ତ୍ରୀ-୨ ଦିବ୍ୟରଞ୍ଜନ ତ୍ରିପାଠୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri