ବଦଳିଲା କଟକ ମାଲଗୋଦାମ ଖୋଲିବା ସମୟ

କଟକ ଅଫିସ,୨ା୭: କଟକ ମାଲ ଗୋଦାମ ଖୋଲିବା ଏବଂ ବନ୍ଦ ହେବା ସମୟରେ ପରିବର୍ତ୍ତନ ହୋଇଛି। ଏ ନେଇ କଟକ ବଣିକ ସଂଘ, ମାଲଗୋଦାମ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । ଗୁରୁବାର କାର୍ଯ୍ୟାଳୟ ପରିସରରେ ଚାଉଳ ବ୍ୟବସାୟୀ ସଂଘ ଏବଂ ଖୁଚୁରା ବ୍ୟବସାୟୀ ସଂଘର ସଦସ୍ୟଙ୍କ ଉପସ୍ଥିତିରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ସକାଳ ୮ଟାରୁ ଅପରାହ୍ନ ୪ଟା ପଯର୍ୟନ୍ତ ଖୁଚୁରା ଦୋକାନଗୁଡ଼ିକ ଖୋଲା ରହିବ। ହୋଲସେଲ ଦୋକାନଗୁଡ଼ିକୁ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୭ଟା ପର୍ୟନ୍ତ ଖୋଲା ଯିବ। ସରକାରଙ୍କ ନୂତନ ନିର୍ଦ୍ଦେଶନାମାକୁ ଦୃଷ୍ଟିରେରଖି ବର୍ତ୍ତମାନ ସମୟରେ ଜୀବିକା ସହିତ ଜୀବନର ମୂଲ୍ୟକୁ ଅଗ୍ରାଧିକାର ଦିଆଯାଉଛି । ସିଏମ୍‌ସି ପକ୍ଷରୁ ସନ୍ଧ୍ୟା ସାଢ଼େ ୮ଟା ପଯର୍ୟନ୍ତ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। କିନ୍ତୁ ମାଲଗୋଦାମରେ ସନ୍ଧ୍ୟା ୭ଟାରେ ସବୁ ବନ୍ଦ ହୋଇଯିବ। ଭିଡ଼ କମାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି । ବୈଠକରେ ସଂଘର ସଭାପତି ଲକ୍ଷ୍ମୀଧର ସାହୁ ଅଧ୍ୟକ୍ଷତା କରିଥିବା ବେଳେ ସାଧାରଣ ସମ୍ପାଦକ ପ୍ରଫୁଲ ଛାଟୋଇ ପରିଚାଳନା କରିଥିଲେ । ଯୁଗ୍ମ ସମ୍ପାଦକ ପ୍ରଶାନ୍ତ ପାତ୍ର, ବଦ୍ରି ଦାସ, ଦୀପକ କୁମାର, ଶ୍ରୀକାନ୍ତ ସାହୁ, ରାଜକିଶୋର ରାଉତ, ବିନୋଦ ଚନ୍ଦ୍ର ସାହୁ, ପ୍ରଦୀପ ଦାସ, ଅବଦୁଲ ରଫ, ଶ୍ୟାମ ସୁନ୍ଦର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri