କଟକ ଗଣବଳାତ୍କାର: ଆଉ ଜଣଙ୍କ ରହିଛି ସମ୍ପୃକ୍ତି

କଟକ,୧୦।୧୧: କଟକ ଗଣବଳାତ୍କାର ଆଉ ଜଣଙ୍କ ସମ୍ପୃକ୍ତି ଥିବା ଡିସିପି ସୂଚନା ଦେଇଛନ୍ତି। ଆଉ ଜଣଙ୍କ ସମ୍ପୃକ୍ତି ନେଇ ପରିବାର ଲୋକେ ଜଣାଇଛନ୍ତି।ପୀଡ଼ିତା ପରିବାରକୁ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି।କାଫେରେ ବେଆଇନ ଭାବେ ହୁକା ବ୍ୟବହାରର ଅଭିଯୋଗ ଆସିଛି।ପୁରୀଘାଟ ଥାନା ଅଧିକାରୀ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବେ।

ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଡିସିପିଙ୍କ ସୂଚନା ଦେଇଛନ୍ତି। ଗିରଫ ୬ ଅଭିଯୁକ୍ତଙ୍କ ମୋବାଇଲ ଜବତ କରାଯାଇଛି। ଏପରିକି ଅଭିଯୁକ୍ତଙ୍କ ବିରୋଧରେ ଏସ୍‌ସି/ଏସ୍‌୍‌ଟି ଆକ୍ଟ ଏବଂ ଆଇଟି ଆକ୍ଟରେ ମାମଲା ରୁଜୁ ହୋଇଛି। ଜବତ ଫୋନ୍‌କୁ ଏସ୍‌ଏଫ୍‌ଏସ୍‌ଏଲ୍‌କୁ ପଠାଯିବ। ଅନ୍ୟପକ୍ଷେ ଅଭିଯୁକ୍ତମାନଙ୍କ ଖୁବଶୀଘ୍ର କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି ଡିସିପି କହିଛନ୍ତି।

ମିଳିଥିବା ସୂଚନା ମୁତାବକ, ଦୁର୍ଗାପୂଜା ସମୟରେ ଜଣେ କଲେଜ ଛାତ୍ରୀଙ୍କୁ ପୁରୁଷବନ୍ଧୁ ଓ ତାଙ୍କ ସାଙ୍ଗମାନେ ଗଣବଳାତ୍କାର କରିଥିଲେ। ଏପରି କି ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ମଧ୍ୟ କରାଯାଇଛି। ଉକ୍ତ ଭିଡିଓ ଜରିଆରେ ଛାତ୍ରୀଙ୍କୁ ବ୍ଲାକମେଲ୍‌ କରି ଅଭିଯୁକ୍ତମାନେ ବାରମ୍ବାର ବଳାତ୍କାର କରିଥିବା ନେଇ ପୀଡିତା ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ୬ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି।

କଟକ ପୁରୀଘାଟ ଥାନା ଅଞ୍ଚଳର ଏକ କାଫେରେ ଛାତ୍ରୀଜଣକ ତାଙ୍କ ପୁରୁଷବନ୍ଧୁଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ତାଙ୍କର ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ପୁରୁଷବନ୍ଧୁ। ଏଥିରେ ସହଯୋଗ କରିଥିଲେ କାଫେ ମାଲିକ। କାଫେ ମାଲିକ ଓ ପୁରୁଷବନ୍ଧୁଙ୍କ ସାଙ୍ଗମାନେ ପୀଡ଼ିତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକି ଉକ୍ତ ଭିଡିଓ ଦେଖାଇଥିଲେ। ପରେ ସେମାନେ ତାଙ୍କୁ ଗଣବଳାତ୍କାର କରିଥିଲେ।

ପୋଲିସ ମାମଲାର ତଦନ୍ତ କରି ଘଟଣାରେ ସମ୍ପୃକ୍ତ ଯୁବକମାନଙ୍କୁ ଧରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ ଜଣ ଝାଞ୍ଜିରିମଙ୍ଗଳା, ଜଣେ ବାରଙ୍ଗ, କାଫେ ମାଲିକ ଭଗତପୁର ଅଞ୍ଚଳର ଏବଂ ଅନ୍ୟ ଜଣେ ଅଭିଯୁକ୍ତ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି। ଏସିପି ସ୍ବସ୍ତିକ ପଣ୍ଡାଙ୍କ କହିବାନୁସାରେ, ଗଣବଳାତ୍କାର ଘଟଣାଟି ପୁରୀଘାଟ ଥାନା ଓ ବାରଙ୍ଗ ଥାନା ଅଞ୍ଚଳରେ ଘଟିଥିବା ଅଭିଯୋଗ ହୋଇଛି। ତେବେ ଛାତ୍ରୀଜଣକ ବାଦାମବାଡ଼ି ଥାନା ଅଞ୍ଚଳର ଏକ କଲେଜରେ ପଢ଼ୁଥିବାରୁ ସେ ଏଠାରେ ଏତଲା ଦେଇଛନ୍ତି। ଗୁରୁତ୍ୱର ସହ ମାମଲାର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri