କଟକ ବଳାତ୍କାର ମାମଲା: ଜଣାପଡିଲା ସାଂଘାତିକ ସତ, ହୁକା ବାର୍‌ ମାଲିକ ବି କରିଥିଲେ…

କଟକ,୮।୧୧: କଟକ ବଳାତ୍କାର ମାମଲାରେ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ଛାତ୍ରୀଙ୍କୁ ହୁକା ବାର୍‌କୁ ଆଣି କରାଯାଇଥିଲା ବଳାତ୍କାର। ହୁକା ବାରରେ ବୟଫ୍ରେଣ୍ଡ ସହ ଜନ୍ମଦିନ ପାଳିଥିଲେ ଛାତ୍ରୀ।ଏହି ସମୟରେ ବୟଫ୍ରେଣ୍ଡଙ୍କ ସହ ଅନ୍ତରଙ୍ଗ ଭିଡିଓ ସୁଟ୍‌ ହୋଇଥିଲା। ଆଉ ଭିଡିଓ ସୁଟ୍‌ କରିଥିବା ବ୍ୟକ୍ତିଜଣକ ହେଲେ ହୁକା ବାର୍‌ ମାଲିକ। ସପ୍ତାହ ପରେ ଛାତ୍ରୀଙ୍କୁ ବାରଙ୍ଗକୁ ଡାକିଥିଲେ ମାଲିକ। ସେ ଆସିବାକୁ ରାଜି ନ ହେବାରୁ ତାଙ୍କୁ ଭିଡିଓ ଭାଇରାଲର ଧମକ ଦିଆଯାଇଥିଲା। ଆଉ ଯେତେବେଳେ ସେ ବାରଙ୍ଗକୁ ଯାଇଥିଲେ ହୁକା ବାର୍‌ ମାଲିକଙ୍କ ସହ ବୟଫ୍ରେଣ୍ଡଙ୍କ ୪ ସାଙ୍ଗ ତାଙ୍କୁ ବଳାତ୍କାର କରିଥିଲେ।

ସୂଚନାଥାଉ କି, କଟକ ସହରରେ ଜଣେ ଦଳିତ କ ଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଦୁର୍ଗାପୂଜା ସମୟରେ ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବାବେଳେ ୩ ଦିନ ତଳେ ଛାତ୍ରୀଜଣକ ବାଦାମବାଡ଼ି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ପୀଡ଼ିତା ଛାତ୍ରୀଙ୍କ ପୁରୁଷବନ୍ଧୁ ଓ ତାଙ୍କ ସାଙ୍ଗମାନେ ଗଣବଳାତ୍କାର କରିଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏପରି କି ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ମଧ୍ୟ କରାଯାଇଛି। ଉକ୍ତ ଭିଡିଓ ଜରିଆରେ ଛାତ୍ରୀଙ୍କୁ ବ୍ଲାକମେଲ୍‌ କରି ଅଭିଯୁକ୍ତମାନେ ବାରମ୍ବାର ବଳାତ୍କାର କରିଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ୬ଯୁବକଙ୍କୁ ବୁଧବାର କୋର୍ଟଚାଲାଣ କରିଛି।
ଗତ ଦଶହରା ସମୟରେ କଟକ ପୁରୀଘାଟ ଥାନା ଅଞ୍ଚଳର ଏକ କାଫେରେ ଛାତ୍ରୀଜଣକ ତାଙ୍କ ପୁରୁଷବନ୍ଧୁଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ତାଙ୍କର ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ପୁରୁଷବନ୍ଧୁ। ଏଥିରେ ସହଯୋଗ କରିଥିଲେ କାଫେ ମାଲିକ। କାଫେ ମାଲିକ ଓ ପୁରୁଷବନ୍ଧୁଙ୍କ ସାଙ୍ଗମାନେ ପୀଡ଼ିତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକି ଉକ୍ତ ଭିଡିଓ ଦେଖାଇଥିଲେ। ଏହାପରେ ସେମାନେ ତାଙ୍କୁ ଗଣବଳାତ୍କାର କରିଥିଲେ। ପୋଲିସ ମାମଲାର ତଦନ୍ତ କରି ଘଟଣାରେ ସମ୍ପୃକ୍ତ ଯୁବକମାନଙ୍କୁ ଧରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ ଜଣ ଝାଞ୍ଜିରିମଙ୍ଗଳା, ଜଣେ ବାରଙ୍ଗ, କାଫେ ମାଲିକ ଭଗତପୁର ଅଞ୍ଚଳର ଏବଂ ଅନ୍ୟ ଜଣେ ଅଭିଯୁକ୍ତ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି। ଏସିପି ସ୍ବସ୍ତିକ ପଣ୍ଡାଙ୍କ କହିବାନୁସାରେ, ଗଣବଳାତ୍କାର ଘଟଣାଟି ପୁରୀଘାଟ ଥାନା ଓ ବାରଙ୍ଗ ଥାନା ଅଞ୍ଚଳରେ ଘଟିଥିବା ଅଭିଯୋଗ ହୋଇଛି। ତେବେ ଛାତ୍ରୀଜଣକ ବାଦାମବାଡ଼ି ଥାନା ଅଞ୍ଚଳର ଏକ କଲେଜରେ ପଢ଼ୁଥିବାରୁ ସେ ଏଠାରେ ଏତଲା ଦେଇଛନ୍ତି। ଗୁରୁତ୍ୱର ସହ ମାମଲାର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri