ୟୁବିଓଆଇର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପୁରସ୍କୃତ

ଭୁବନେଶ୍ୱର,୧୯।୧୨: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟକୁ ନିକଟରେ ‘କ୍ଷେତ୍ରୀୟ ରାଜଭାଷା ପୁରସ୍କାର’ରେ ପୁରସ୍କୃତ କରାଯାଇଛି। ବିଶେଷକରି ୨୦୨୦-୨୧ ବର୍ଷ ପାଇଁ ‘ଗ’ କ୍ଷେତ୍ରରେ ଉତ୍କୃଷ୍ଟ ରାଜଭାଷା କାର୍ଯ୍ୟାନ୍ବୟନ ନିମନ୍ତେ ଗୃହ ମନ୍ତ୍ରଣାଳୟ, ରାଜଭାଷା ବିଭାଗ, ଭାରତ ସରକାରଙ୍କ ପକ୍ଷରୁ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଥିବା ଜଣାପଡିଛି। ଏପରିକି ଭୁବନେଶ୍ୱରସ୍ଥିତ ସିଏସ୍‌ଆଇଆର୍‌-ଆଇଆଇଏମ୍‌ଟି ସମ୍ମିଳନୀ କକ୍ଷରେ ଆୟୋଜିତ ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳର ସମ୍ମିଳିତ ରାଜଭାଷା ପୁରସ୍କାର ସମ୍ମିଳନୀ ଅବସରରେ କେନ୍ଦ୍ରୀୟ ଗୃହମନ୍ତ୍ରୀ ଅଜୟ କୁମାର ମିଶ୍ର ୟୁବିଓଆଇ କଟକ କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ତୁଷାରକାନ୍ତ କରଙ୍କୁ ଉକ୍ତ ପୁରସ୍କାର ପ୍ରଦାନ କରିଥିଲେ।

ସେହିଭଳି କଟକ କ୍ଷେତ୍ରର ପୂର୍ବତନ ରାଜଭାଷା ପ୍ରଭାରୀ ଅଖିଳେଶ କୁମାର ଏ ସମ୍ବନ୍ଧୀୟ ପ୍ରଶଂସାପତ୍ର ମଧ୍ୟ ପ୍ରାପ୍ତ କରିଥିଲେ। ଉକ୍ତ ସମ୍ମିଳନୀରେ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳର କ୍ଷେତ୍ର ମହାପ୍ରବନ୍ଧକ ସର୍ଭେଶ ରଞ୍ଜନ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଅପରପକ୍ଷରେ କଟକ କ୍ଷେତ୍ରର ବର୍ତ୍ତମାନର ରାଜଭାଷା ପ୍ରଭାରୀ କୁନ୍ଦନ ଭଗତ, ଭୁବନେଶ୍ୱର ପ୍ରବନ୍ଧକ ସୁଶ୍ରୀ ପ୍ରୀତିଶ, କର୍ମଚାରୀ ପ୍ରଶିକ୍ଷଣ କେନ୍ଦ୍ରର ସହାୟକ ପ୍ରବନ୍ଧକ ସିଦ୍ଧାର୍ଥ ଶେଖରଙ୍କ ସମେତ ଅନ୍ୟ ରାଜଭାଷା ପ୍ରଭାରୀମାନେ ମଧ୍ୟ ଉକ୍ତ ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ସମ୍ମିଳନୀ ସ୍ଥାନରେ ରାଜଭାଷା ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri