Posted inଖେଳ

କଟକ, ଆରଏସ୍‌ପି, ସୁବର୍ଣ୍ଣପୁର, ଦେବଗଡ଼ ବିଜୟୀ

ଭୁବନେଶ୍ୱର, ୪ା୫ (ସ୍ପୋଟର୍‌ସ ବ୍ୟୁରୋ): ୬୨ତମ ସିନିୟର ପୁରୁଷ ଆନ୍ତଃଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ରେ ବୁଧବାର ବିଭିନ୍ନ ଗ୍ରାଉଣ୍ଡରେ ଖେଳାଯାଇଥିବା ୪ଟି ମ୍ୟାଚରେ କଟକ, ଆରଏସ୍‌ପି, ସୁବର୍ଣ୍ଣପୁର ଓ ଦେବଗଡ଼ ବିଜୟୀ ହୋଇଛନ୍ତି। କଟକର ଓଟିଏମ୍‌ ଗ୍ରାଉଣ୍ଡରେ କଟକ ୧-୦ ଗୋଲ୍‌ରେ କେନ୍ଦୁଝରକୁ ପରାସ୍ତ କରିଛି। ଦୀନବନ୍ଧୁ ଦାସ ଖେଳର ୯ମ ମିନିଟରେ ବିଜୟସୂଚକ ଗୋଲ୍‌ଟିକୁ ସ୍କୋର କରିଥିଲେ। କଟକସ୍ଥିତ ବିଡ଼ାନାସୀ ଗ୍ରାଉଣ୍ଡରେ ରାଉରକେଲା ଷ୍ଟିଲ ପ୍ଲାଣ୍ଟ (ଆରଏସ୍‌ପି) ୫-୦ ଗୋଲ୍‌ରେ ଯାଜପୁରକୁ ହରାଇ ଦେଇଛି। ଦଳ ପକ୍ଷରୁ ବେତାଳ ଲାକ୍ରା, ଆନନ୍ଦ ଓରାମ, ସମୀର କେରକେଟା, ଅଡଓ୍ବିନ ତିର୍କୀ ଓ ପ୍ରଦୀପ ବରୁଆ ଗୋଟିଏ ଲେଖାଏଁ ଗୋଲ୍‌ ଦେଇଥିଲେ। ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ଗ୍ରାଉଣ୍ଡରେ ସୁବର୍ଣ୍ଣପୁର ୭-୧ ଗୋଲ୍‌ରେ ନବରଙ୍ଗପୁରକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଜିତୁ ମୁଦୁଲି ୨ଟି ଗୋଲ୍‌ ସ୍କୋର କରିଥିବା ବେଳେ ଚିତ୍ତରଞ୍ଜନ ପ୍ରଧାନ, ବିକ୍ରମ ମାଝି, ବିନୟ ମାଝି, କବୀର ଖାଡିଆ ଓ ଚନ୍ଦ୍ରକାନ୍ତ ଦାସ ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ। ଭୁବନେଶ୍ୱରସ୍ଥିତ ୭ମ ବାଟାଲିୟନ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ ଦେବଗଡ଼ ୬-୨ରେ ରାୟଗଡ଼ାକୁ ପରାଜିତ କରିଛି। ଏଥିରେ ଦେବଗଡ଼ ପକ୍ଷରୁ ପାତ୍ରାସ ମିଞ୍ଜ୍‌ ୧୧ତମ, ୩୫ତମ ଓ ୭୨ତମ ମିନିଟ୍‌ରେ ବ୍ୟକ୍ତିଗତ ୩ଟି ଗୋଲ ଦେଇଥିବା ବେଳେ ସୁଶୀଲ କେରକେଟା, ସୁରେଶ ଖାଡ଼ିଆ ଓ ରୋହିତ ମୁଣ୍ଡା ପ୍ରମୁଖ ଗୋଟିଏ ଲେଖାଏଁ ଗୋଲ୍‌ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri