ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ ଧରି ଚାଲିଥିଲେ ସୁଦ୍ଧା ଶେଷ ହେଉନାହିଁ। ଯଦ୍ୱାରା ପଶ୍ଚିମ ଓଡ଼ିଶାକୁ ସଂଯୋଗ କରୁଥିବା ଏହି ପ୍ରମୁଖ ରାଜପଥର ଅବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡ଼ୁଛି। ସରକାରୀ ତଥ୍ୟ ଅନୁଯାୟୀ ଏହି ରାଜପଥରେ ୨୦୨୩ରେ ୪୦୦ରୁ ଅଧିକ ଦୁର୍ଘଟଣା ଘଟିଥିବାବେଳେ ୧୮୬ ଜଣଙ୍କ ଜୀବନ ହାନୀ ହୋଇଛି। ଏନେଇ ରୁଜୁ ମାମଲାର ଶୁଣାଣି କରି ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ପ୍ରତିପକ୍ଷ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)କୁ ରିପୋର୍ଟ ତଲବ କରିଛନ୍ତି। ନିର୍ଦ୍ଧାରିତ ସମୟରେ ରାସ୍ତା ନିର୍ମାଣ କାର୍ଯ୍ୟ କାହିଁକି ଶେଷ ହୋଇନାହିଁ, କ’ଣ ସମସ୍ୟା ରହିଛି ସେନେଇ ଜଣାଇବାକୁ ଏନ୍‌ଏଚ୍‌ଏଆଇ, କେନ୍ଦ୍ର ସଡ଼କ ପରିବହନ ବିଭାଗ ସଚିବ, ରାଜ୍ୟ ପ୍ରମୁଖ ଶାସନ ସଚିବ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ କମିଶନ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, କଟକ-ସମ୍ବଲପୁର ଜାତୀୟ ରାଜପଥକୁ ୪ ଲେନ୍‌ ବିଶିଷ୍ଟ କରିବା ପାଇଁ ୨୦୦୫ରେ ନିଷ୍ପତ୍ତି ହୋଇଥିଲା। ଏହାର ୭ ବର୍ଷ ପରେ ଅର୍ଥାତ ୨୦୧୨ରେ କାମ ଆରମ୍ଭ ହୋଇଥିଲା। ୨୦୨୦ ସୁଦ୍ଧା କଟକରୁ ସମ୍ବଲପୁର ପର୍ଯ୍ୟନ୍ତ ମୋଟ୍‌ ରାସ୍ତା ନିର୍ମାଣ ଶେଷ କରିବାକୁ ଥିବାବେଳେ ଅନୁଗୋଳରୁ ସମ୍ବଲପୁର ପର୍ଯ୍ୟନ୍ତ ରାସ୍ତାକୁ ୨୦୧୯ ସୁଦ୍ଧା ସାରିବାକୁ ସମୟ ଧାର୍ଯ୍ୟ ହୋଇଥିଲା। ମାତ୍ର ଏପର୍ଯ୍ୟନ୍ତ କାମ ଶେଷ ହୋଇପାରୁନାହିଁ। ଏହି ସମସ୍ୟାକୁ ନେଇ ରାଜ୍ୟ ମାନବାଧିକାର କମିଶନଙ୍କ ନିକଟରେ ମାମଲା ରୁଜୁ ହୋଇଛି। ଅପରପକ୍ଷରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରି ମଧ୍ୟ ଏହି ରାସ୍ତା ନିର୍ମାଣ କାର୍ଯ୍ୟ ୨୦୨୩ ଡିସେମ୍ବର ସୁଦ୍ଧା ଶେଷ ହେବ ବୋଲି ପାର୍ଲାମେଣ୍ଟରେ କହିଥିଲେ। ମାତ୍ର କାମ ନ ସରିବାରୁ ଗତ ମାର୍ଚ୍ଚ ସୁଦ୍ଧା ଶେଷ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଏପର୍ଯ୍ୟନ୍ତ କାମ ଶେଷ ହୋଇପାରିଲା ନାହିଁ। ଫଳରେ ନିର୍ମାଣାଧୀନ ରାଜପଥରେ ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ ପ୍ରତି ମାସରେ ୩୦ରୁ ୩୫ଟି ଦୁର୍ଘଟଣା ଘଟୁଥିବା ନେଇ ରିପୋର୍ଟ କରାଯାଉଛି। ମାତ୍ର ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ରାସ୍ତା କାର୍ଯ୍ୟ ଯଥାଶୀଘ୍ର ଶେଷ କରିବା, କାମ ବିଳମ୍ବ ପାଇଁ ଠିକାଦାରଙ୍କୁ ଦାୟୀ କରିବା ଏବଂ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଲାଗି ଆବେଦନକାରୀ ତଥା ଆଇନଜୀବୀ ଶିବଶଙ୍କର ମହାନ୍ତି କମିଶନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?