କଟକ: ଆସନ୍ତା କାଲି ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି

କଟକ,୨୮ା୪(କାର୍ତ୍ତିକ ସାହୁ)ଆସନ୍ତା ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ନିର୍ବାଚନ ନିମନ୍ତେ ଆସନ୍ତା ୨୯ ତାରିଖରେ କଟକ ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ। ତେବେ ଏହା ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦଙ୍କୁ ନେଇ ଏକ ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଅନୁଷ୍ଠିତ ହୋଇଯାଇଛି।
ସୂଚନା ଅନୁସାରେ, ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ବିଭିନ୍ନ ରାଜନୈତିକ ଦଳର ଆଶାୟୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଛି। କେତେକ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ନିର୍ବାଚନୀ ଦୃଶ୍ୟପଟରେ ନିଜର ଭାଗ୍ୟ ପରୀକ୍ଷା ପାଇଁ ଆଗେଇ ଆସିଲେଣି। ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ବିଭିନ୍ନ ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ଚୟନ ଚୂଡ଼ାନ୍ତ କରିଥିବାବେଳେ କେତେକ ନିର୍ବାଚନମଣ୍ଡଳିରେ ନିର୍ଣ୍ଣାୟକ ସ୍ଥିତି ଏଯାଏ ହୋଇପାରିନାହିଁ। ଶେଷ ମୁହୂର୍ତ୍ତରେ ବି ପ୍ରାର୍ଥୀ ବଦଳାଇବାର ଆଶଙ୍କା ରହିଛି। କେତେବେଳେ କାହା ନାମ ପ୍ରାର୍ଥୀ ତାଲିକାରୁ ବାଦ୍‌ ପଡ଼ିଯିବ ତାହା କହିବା ମୁସ୍କିଲ। ଏସବୁ ସତ୍ତ୍ୱେ ଭୋଟରଙ୍କ ନିକଟତର ହେବା ପାଇଁ ନୂଆ ଓ ପୁରୁଣା ମୁହଁ ଥିବା ପ୍ରାର୍ଥୀମାନେ ପ୍ରତିଦିନ ଜୋର୍‌ଦାର୍‌ କାର୍ଯ୍ୟକ୍ରମ କରୁଛନ୍ତି। କଟକ ଜିଲାର କେତେକ ସ୍ଥାନରେ ପ୍ରାକ୍‌ ନିର୍ବାଚନୀ ହିଂସା ମଧ୍ୟ ସଂଘଟିତ ହୋଇସାରିଲାଣି। ତେବେ ପ୍ରଶାସନ ଏ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବା ନିମନ୍ତେ ଯୋଜନା ପ୍ରସ୍ତୁତି କରିଛି। ଜିଲା ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଅରିନ୍ଦମ ଡାକୁଆ, ଜିଲା ଅତିରିକ୍ତ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ଶିବ ଟପ୍ପୋ, ଜିଲା ଅତିରିକ୍ତ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ଉମାକାନ୍ତ ରାଜଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ରାଜନୈତିକ ନେତୃବୃନ୍ଦଙ୍କ ସହ ଆଲୋଚନା କରିଥିଲେ। ନିର୍ବାଚନର ସୁପରିଚାଳନା ନିମନ୍ତେ ଜିଲା ମୁଖ୍ୟ ନିର୍ବାଚନ ଅଧିକାରୀ ରାଜନୈତିକ ନେତୃବୃନ୍ଦଙ୍କ ସହଯୋଗ କାମନା କରିଥିଲେ। ରାଜନୈତିକ ନେତୃବୃନ୍ଦ ସାମ୍ପ୍ରତିକ ପରିସ୍ଥିତିରେ ଦେଖାଯାଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ତେବେ ରାଜନୈତିକ ଦଳ, ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଥିବା ପ୍ରାର୍ଥୀମାନଙ୍କ ସହ ନିର୍ବାଚନ ପରିଚାଳନା କରୁଥିବା ପ୍ରଶାସନ ମଧ୍ୟରେ ପାରସ୍ପରିକ ସହଯୋଗ ଉପରେ ଆଲୋଚନା ହୋଇଥିଲା। ଯେପରି ନିର୍ବାଚନ ସମୟରେ କୌଣସି ସ୍ଥାନରେ ହିଂସାତ୍ମକ କାର୍ଯ୍ୟକଳାପ ଦେଖା ନ ଯାଏ ସେଥିପ୍ରତି ରାଜନୈତିକ ଦଳଗୁଡ଼ିକର ନେତୃବୃନ୍ଦ ସଚେତନ ରହିବେ ବୋଲି କହିଥିଲେ। ତେବେ ଆସନ୍ତା ୨୯ ତାରିଖରେ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସବୁକିଛି ସ୍ପଷ୍ଟ ହେବ। ଏହାପୂର୍ବରୁ ନିର୍ବାଚନରେ ପ୍ରମୁଖ ଯୋଗଦାନ ରହୁଥିବା ଭୋଟରମାନଙ୍କୁ ମନାଇବା ପାଇଁ ପ୍ରଶାସନ ବିଭିନ୍ନ ଉପାୟରେ ପ୍ରୟାସ ଜାରି ରଖିଛି। ଏପରି କି ଘରକୁ ଯାଉଥିବା ଗ୍ୟାସ୍‌ ସିଲିଣ୍ଡରରେ ମତଦାନ ସଚେତନତା ବାର୍ତ୍ତା ଥିବା ପୋଷ୍ଟର ଲଗାଇ ଲୋକଙ୍କୁ ସଚେତନ କରାଯାଉଛି। ଜିଲାରେ ଶତ ପ୍ରତିଶତ ମତଦାନ ନିମନ୍ତେ ଜିଲା ପ୍ରଶାସନ ସମସ୍ତ ପ୍ରକାର କୌଶଳ ଉପଯୋଗ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri