Posted inଖେଳ

ପ୍ରଥମ ଫାଇନାଲରେ କଟକ ବିଜୟୀ

ଭୁବନେଶ୍ୱର,୧୫ା୫ (ସ୍ପୋଟର୍‌ସ ବ୍ୟୁରୋ): ଓଟିଏମ୍‌ କଟକ ଗ୍ରାଉଣ୍ଡରେ ଅନୁଷ୍ଠିତ ୬୨ ତମ ଆନ୍ତଃଜିଲ୍ଲା ସାହାଣୀ କପ୍‌ ଫୁଟବଲ ଟୁର୍ନାମେଣ୍ଟର ପ୍ରଥମ ଚରଣ ଫାଇନାଲରେ ବିଜୟୀ ହୋଇଛି କଟକ। ରବିବାରର ମ୍ୟାଚରେ ଦଳ କନ୍ଧମାଳକୁ ୨-୧ରେ ପରାସ୍ତ କରିଛି। ମ୍ୟାଚ୍‌ର ପଞ୍ଚମ ମିନିଟରେ କନ୍ଧମାଳ ପକ୍ଷରୁ ରାକେଶ ଓରାମ ପ୍ରଥମ ଗୋଲ ସ୍କୋର କରିଥିଲେ। ତେବେ ଇଞ୍ଜୁରୀ ଟାଇମରେ ମାତ୍ର ୩ ମିନିଟ ମଧ୍ୟରେ ଦୁଇଟି ଗୋଲ ଦେଇ କଟକ ମ୍ୟାଚକୁ ଜିତି ନେଇଥିଲା। ୯୦+୧ ମିନିଟରେ ଏସ୍‌.କେ. ଫରିଦ ପ୍ରଥମ ଗୋଲ ଦେଇ ମ୍ୟାଚକୁ ସମାନ୍ତର ସ୍ଥିତିକୁ ଆଣିଥିବା ବେଳେ ଏହାର ୩ ମିନିଟ ମଧ୍ୟରେ ଦୀନବନ୍ଧୁ ଦାସ ନିର୍ଣ୍ଣାୟକ ଗୋଲ ସ୍କୋର କରିଥିଲେ। ଦ୍ୱିତୀୟ ଚରଣ ଫାଇନାଲ ୧୭ ତାରିଖ ଦିନ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଫୁଟବଲ ଆସୋସିଏଶନ୍‌ ଅଫ୍‌ ଓଡ଼ିଶା (ଫାଓ) ସଭାପତି ଦେବାଶିଷ ସାମନ୍ତରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଫାଓ ସମ୍ପାଦକ ଆଶୀର୍ବାଦ ବେହେରା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପ ସଭାପତି ବିଜୟ ଦାସ, ରବି ନାରାୟଣ ପଣ୍ଡା ଓ ଦିଲ୍ଲୀପ କୁମାର ସାହୁ ଯୋଗ ଦେଇଥିଲା। ଯୁଗ୍ମ ସଚିବ ବିଶ୍ୱ ରଞ୍ଜନ ଘଡେଇ ଓ ଅଭିଜିତ୍‌ ପଲ୍‌ ଯୋଗ ଦେଇଥିଲେ। ଫାଓ ସଦସ୍ୟ ଦୁଲାଲ ଚନ୍ଦ୍ର ପ୍ରଧାନ, କିଶୋର ମିଶ୍ର, ଶିବ ପ୍ରସାଦ ତ୍ରିପାଠୀ, ପ୍ରଭାତ କୁମାର ଭୋଳ, ଅଶୋକ କୁମାର ସାହୁ, ଶୁଭେନ୍ଦୁ ସାମ, ହରି ନାରାୟଣ ପୂଜାରୀ, ତଡିତ କୁମାର ରାଉତ, ବିଜୟ କୁମାର ଦାଶ, ଶିବବ୍ରତ ମଲିକ, ମହିଳା କମିଟି ଚେୟାରମ୍ୟାନ ସହଦେବ ରାଉତ ଓ ପୂର୍ବତନ ଅନ୍ତର୍ଜାତୀୟ ଖେଳାଳି ରାଜେନ୍ଦ୍ର ପ୍ରସାଦ ସିଂ ପ୍ରମୁଖ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri