Posted inଖେଳ

କଟକ ଜିତିଲା ସାହାଣୀ କପ୍‌

ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ଆନ୍ତଃ ଜିଲା ସାହାଣୀ କପ୍‌ ଫୁଟବଲ ଟୁର୍ନାମେଣ୍ଟର ୬୨ତମ ସଂସ୍କରଣ ବୁଧବାର ଶେଷ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କଟକ-କନ୍ଧମାଳ ଦ୍ୱିତୀୟ ଫାଇନାଲ ୧-୧ ଗୋଲରେ ଡ୍ର ରହିଥିଲା। କନ୍ଧମାଳ ପକ୍ଷରୁ ବିଜୟ ମୁଖୀ ୪୦ ଓ କଟକର ଦୀନବନ୍ଧୁ ଦାସ ୪୫ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ତେବେ ଡବଲ ଲିଗ୍‌ ବିଶିଷ୍ଟ ଫାଇନାଲର ପ୍ରଥମ ମ୍ୟାଚରେ ବିଜୟୀ ହୋଇଥିବାରୁ କଟକ ଚାମ୍ପିୟନ ହୋଇଛି। ୧୪ ତାରିଖରେ ଅନୁଷ୍ଠିତ ପ୍ରଥମ ଫାଇନାଲରେ କଟକ ୨-୧ ଗୋଲରେ କନ୍ଧମାଳକୁ ପରାସ୍ତ କରିଥିଲା। ଚାମ୍ପିୟନ ଦଳକୁ ଟ୍ରଫି ସହ ୧,୦୦,୦୦୦ ଏବଂ ରନରଅପ୍‌ ଦଳକୁ ୫୦,୦୦୦ଟଙ୍କା ପୁରସ୍କାର ଆକାରରେ ପ୍ରଦାନ କରାଯାଇଥିଲା। ଏହା ବ୍ୟତୀତ ତୃତୀୟ ଓ ୪ର୍ଥ ସ୍ଥାନ ହାସଲ କରିଥିବା ଦଳକୁ ଯଥାକ୍ରମେ ୨୫,୦୦୦ ଓ ୧୫,୦୦୦ ଟଙ୍କା ଦିଆଯାଇଥିଲା। ପ୍ରକାଶ ଯୋଗ୍ୟ ଯେ, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଚାମ୍ପିୟନ ଦଳକୁ ୨ ଲକ୍ଷ ଓ ରନରଅପ୍‌ ଦଳକୁ ୧ ଲକ୍ଷ ଟଙ୍କା ପୁରସ୍କାର ଆକାରରେ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଉଦ୍‌ଯାପନୀ ଉତ୍ସବରେ ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି, ରାଜ୍ୟ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ବିଜୟାନନ୍ଦ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ସମ୍ପାଦକ ଆଶୀର୍ବାଦ ବେହେରା, ଉପସଭାପତି ବିଜୟ ଦାସ, ଦିଲୀପ କୁମାର ସାହୁ, ହୃଦୟ ରଞ୍ଜନ ବେହେରା, ଯୁଗ୍ମ ସମ୍ପାଦକ ବିଶ୍ୱ ରଞ୍ଜନ ଘଡ଼େଇ, ଅଭିଜିତ ପାଲ, ମହମ୍ମଦ ସହିଦ ଜବାର, ସଦସ୍ୟ କମଳାକାନ୍ତ ପାଣ୍ଡେ, ଶିବ ପ୍ରସାଦ ତ୍ରିପାଠୀ, ତଡ଼ିତ କୁମାର ରାଉତ, ବିଜୟ କୁମାର ଦାସ, ଅମିତ କୁମାର ବେହେରା, ଶିବବ୍ରତ ମଲିକ, ମହିଳା କମିଟି ଅଧ୍ୟକ୍ଷ ସହଦେବ ରାଉତ, ରାଜ୍ୟ କ୍ରୀଡ଼ା ବିଭାଗର ଓଏସ୍‌ଡି ଶୁଭେନ୍ଦୁ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri