କଟକର ସ୍ବତନ୍ତ୍ର ପରିଚୟ ସିଏନ୍‌ବିଟି

କଟକ,୧୭ା୯(ସୁପ୍ରିୟା ପ୍ରିୟଦର୍ଶିନୀ)ଖାନ୍‌ନଗରଠାରେ କଟକ ନେତାଜୀ ବସ୍‌ ଟର୍ମିନାଲ(ସିଏନ୍‌ବିଟି) ଶନିବାର ଲୋକାର୍ପିତ ହୋଇଛି। ଏଥିରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ କହିଥିଲେ, କଟକ ସହର ପାଇଁ ଏହା ଏକ ଐତିହାସିକ ମୁହୂର୍ତ୍ତ। ଯାନବାହନ ବୃଦ୍ଧିକୁ ଦୃଷ୍ଟିରେ ରଖି କଟକରେ ଏକ ବୃହତ ଅତ୍ୟାଧୁନିକ ବସ୍‌ ଟର୍ମିନାଲର ଆବଶ୍ୟକତା ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ଆଜି ଆମେ ନୂତନ ବସ୍‌ ଟର୍ମିନାଲ ପାଇଛୁ। ଏହି ବସ୍‌ ଟର୍ମିନାଲ କଟକ ପାଇଁ ସ୍ବତନ୍ତ୍ର ପରିଚୟ ଆଣିଥିବାବେଳେ ରାଜ୍ୟରେ ପରିବହନ ଓ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ କରିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୪୧ କୋଟି ଟଙ୍କାର ୧୦ଟି ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ୯୦.୨ କୋଟି ଟଙ୍କା ବ୍ୟୟରେ କଟକ ନେତାଜୀ ବସ୍‌ ଟର୍ମିନାଲ, ୮୮.୩୧ କୋଟି ଟଙ୍କା ବ୍ୟୟରେ ନରଣପୁରଠାରେ ନିର୍ମିତ ସୁଲଭ ଗୃହ ପ୍ରକଳ୍ପ, ୯.୭୨ କୋଟି ବ୍ୟୟରେ ସିଲ୍‌ଭର ସିଟି ବୋଟ୍‌ କ୍ଲବ୍‌, ୫.୨୩ କୋଟି ବ୍ୟୟରେ ତାଳଦଣ୍ଡା କେନାଲ ପାର୍ଶ୍ୱରେ ଫୁଡ୍‌କୋର୍ଟ ଓ ୱାଟର ସ୍ପୋର୍ଟସ୍‌ ଜୋନ୍‌ ଉଦ୍‌ଘାଟିତ ହୋଇଛି । ସେହିଭଳି ୩.୨୨ କୋଟି ବ୍ୟୟରେ ଛତ୍ରବଜାର ଅର୍ବାନ ହାଟ, ୫୪ ଲକ୍ଷ ଟଙ୍କା ବ୍ୟୟରେ ରାଣୀହାଟ କ୍ଲକ୍‌ ଟାୱାର, ୨୩.୩୫ କୋଟି ବ୍ୟୟରେ ତାଳଦଣ୍ଡା କେନାଲ ଉପରେ ଏକାଧିକ ପୋଲ, ୬୬.୬୫ କୋଟି ବ୍ୟୟରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ମହାନଦୀ କ୍ୟାମ୍ପସର ଏକାଡେମିକ ବ୍ଲକ ଓ ହଷ୍ଟେଲ-୧ ଏବଂ ୨, ୩୦କୋଟି ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ନୂତନ ପାଠାଗାର ଏବଂ ୨୩.୮୫ କୋଟି ଟଙ୍କା ବ୍ୟୟରେ ଡିଏଭି ଏସ୍‌ସିବି ମେଡିକାଲ ପବ୍ଲିକ ସ୍କୁଲ ଆଦି ଉଦ୍‌ଘାଟିତ ହୋଇଛି। ସେହିପରି ୨୦୦ କୋଟି ଟଙ୍କା ବ୍ୟୟରେ ନୂତନ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ୧୨୩ କୋଟି ଟଙ୍କା ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସ୍ବାସ୍ଥ୍ୟକେନ୍ଦ୍ର, ଗେଷ୍ଟ ହାଉସ୍‌, କ୍ରିକେଟ୍‌ ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏଥିସହ ୪୫.୧୯ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲ ସୌନ୍ଦର୍ଯ୍ୟକରଣ ଓ ସର୍ବସାଧାରଣଙ୍କ ନିମନ୍ତେ ଏକାଧିକ ପ୍ରକଳ୍ପ ଯଥା ଫୁଟପାଥ୍‌, ପାର୍କ, ସଂଗ୍ରହାଳୟ, ଭେଣ୍ଡିଂଜୋନ, ପାନୀୟ ଜଳ ପ୍ରକଳ୍ପ, ଶୌଚାଳୟ, ବସ୍‌ ଷ୍ଟପ୍‌, ୮.୯୫ କୋଟି ଟଙ୍କା ବିନିମୟରେ ଜାତୀୟ ରାଜପଥରୁ ପୂର୍ବ ପଟ ରେଲୱେ ଷ୍ଟେଶନକୁ ସଂଯୋଗ କରୁଥିବା ୪ ଲେନ୍‌ ବିଶିଷ୍ଟ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ମୁଣ୍ଡିଆ ମାରିବା ପାଇଁ ପ୍ରତିଯୋଗିତା
ସିଏନ୍‌ବିଟି ଲୋକାର୍ପଣ ଉତ୍ସବରେ ନେତାଙ୍କଠାରୁ ଆରମ୍ଭ କରି କର୍ମୀଙ୍କ ମଧ୍ୟରେ ମୁଣ୍ଡିଆ ମାରିବା ପ୍ରତିଯୋଗିତା ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ସିଏନ୍‌ବିଟି ପରିସରରେ ପହଞ୍ଚିବା ମାତ୍ରେ ପ୍ରଥମେ ଜଣେ ବରିଷ୍ଠ ମନ୍ତ୍ରୀ ତାଙ୍କ ପାଦ ଛୁଇଁ ମୁଣ୍ଡିଆ ମାରିଥିଲେ। ଏହାପରେ ଜଣଙ୍କ ପରେ ଜଣେ ନେତା ଏଥିରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ମୁଣ୍ଡିଆ ମାରି ଚାଲିଥିଲେ। ଶେଷରେ ମୁଖ୍ୟମନ୍ତ୍ରୀ ସଭାସ୍ଥଳକୁ ଯିବା ପରେ ପ୍ରତିଯୋଗିତା ଶେଷ ହେବା ଦେଖିବାକୁ ମିଳିଥିଲା।

ପୋଲିସ ସୁରକ୍ଷା ବ୍ୟବସ୍ଥା ଢିଲା
ସିଏନ୍‌ବିଟି ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଟିକିଏ ଝଲକ ପାଇବା ପାଇଁ ବହୁସଂଖ୍ୟକ ଲୋକଙ୍କ ସମାଗମ ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ୨୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଏଥିସତ୍ତ୍ୱେ ସୁରକ୍ଷା ବ୍ୟବସ୍ଥା ଢିଲା ଭଳି ପରିଲିଖିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ସିଏନ୍‌ବିଟି ପରିସରକୁ ପ୍ରବେଶ କରିବାବେଳେ ପୋଲିସର କଡା ସୁରକ୍ଷା ସତ୍ତ୍ୱେ ଲୋକମାନେ ମାଡିଆସିଥିଲେ। ଏପରି କି କିଛି ଲୋକ ମୁଖ୍ୟମନ୍ତ୍ରୀଙ୍କ ନିକଟତର ହେବାକୁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?