ଗଛ କାଟି ଜଙ୍ଗଲ ନଷ୍ଟ କରାଯାଉଛି, ହେଉନି କାର୍ଯ୍ୟାନୁଷ୍ଠାନ

ଜଗତ୍‌ସିଂହପୁର ଅଫିସ,୧୨ା୧୨: ଜଗତ୍‌ସିଂହପୁର ଜିଲାରେ ପ୍ରତିବର୍ଷ ଶହ ଶହ ସଂଖ୍ୟାରେ ଚାରା ରୋପଣ କରାଯାଉଛି। ବନ ବିଭାଗ ପକ୍ଷରୁ ଏନେଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଉଥିବା କୁହାଯାଉଛି। ମାତ୍ର ଏସବୁ କେବଳ ପ୍ରହସନ ପାଲଟିଥିବା ପରି ମନେହେଉଛି। ଜିଲାର ଅନେକ ସ୍ଥାନରେ ବାରମ୍ବାର ଜଙ୍ଗଲ କାଟି ନଷ୍ଟ କରି ଦିଆଯାଉଥିବାବେଳେ ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
କୁଜଙ୍ଗ ରେଞ୍ଜ୍‌ ଅଧୀନ ବାଲିକଣୀ ଅଞ୍ଚଳରେ ଏହାର ଉଦାହରଣ ଦେଖିବାକୁ ମିଳିଛି। ଏଠାରେ ଥିବା ସରକାରୀ ଜାଗାରେ ଜଙ୍ଗଲ ସୃଷ୍ଟି କରିବା ଉଦ୍ଦେଶ୍ୟରେ କୁଜଙ୍ଗ ବନ ବିଭାଗ ତରଫରୁ ୨୦୦୦ ମସିହାରେ ଅନେକ ଚାରା ରୋପଣ କରାଯାଇଥିଲା। ଏସବୁ ଚାରା ବଢ଼ି ବୃକ୍ଷରେ ପରିଣତ ହେବା ପରେ ଏହାର ସୁରକ୍ଷା ପାଇଁ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ବିଭାଗୀୟ ଅବହେଳା କାରଣରୁ ଲୋକେ ଗଛ କାଟି ଜଙ୍ଗଲ ନଷ୍ଟ କରି ଦେଇଥିଲେ।
ପୁନର୍ବାର ପଞ୍ଚାୟତ ଓ ଗ୍ରାମବାସୀଙ୍କ ତରଫରୁ ଚାରା ରୋପଣ କରାଯାଇ ନୂତନ ଜଙ୍ଗଲ ସୃଷ୍ଟି କରାଯାଇଥିଲା। ମାତ୍ର ପୁଣିଥରେ ବନ ବିଭାଗର ଅବହେଳା ଯୋଗୁ ଜଙ୍ଗଲ ନଷ୍ଟ ହୋଇଯାଇଥିଲା। ୨୦୧୫-୧୬ରେ ଉକ୍ତ ଅଞ୍ଚଳର ୧୫ ହେକ୍ଟର ଜମିରେ ଝାଉଁଜଙ୍ଗଲ କରାଯାଇଛି। ବର୍ତ୍ତମାନ ସେହି ଜଙ୍ଗଲକୁ କେତେଜଣ ଖଳପ୍ରକୃତ୍ତିର ଲୋକ ଗଛ କାଟିନେଇ ନଷ୍ଟ କରିଦେବାକୁ ବସିଲେଣି। ଲକ୍ଷ ଲକ୍ଷ ଟଙ୍କାର ଚାରା ରୋପଣ କରାଯାଇ ଜଙ୍ଗଲ ସୃଷ୍ଟି କରାଯାଉଥିଲେ ମଧ୍ୟ ଏହା ବାରମ୍ବାର ଧ୍ୱଂସ ପାଇଚାଲିଛି। ବନ ବିଭାଗକୁ ଅଭିଯୋଗ ନିମନ୍ତେ ଫୋନ କରାଗଲେ ରେଞ୍ଜର ଏବଂ ଫରେଷ୍ଟର ନିଜର ଫୋନ୍‌ ବନ୍ଦ କରିଦେଉଛନ୍ତି। ଲିଖିତ ଅଭିଯୋଗ କରାଗଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ ବୋଲି ହଂସୁରା ପଞ୍ଚାୟତ ସରପଞ୍ଚ ରବିନାରାୟଣ ଦାସଙ୍କ ସମେତ ଅନୋଲିପାଟଣା ଗ୍ରାମର ବିଜ୍ଞାନ ପ୍ରସାଦ ସାମନ୍ତରାୟ, କ୍ଷୀରୋଦ ଚନ୍ଦ୍ର ଦାସ, ବିଚିତ୍ରାନନ୍ଦ ଦାସ ଓ ବାଲିକଣୀର ଧରଣୀଧର ଚୌଧୁରୀ ପ୍ରମୁଖ ଅଭିଯୋଗ କରିଛନ୍ତି। ତୁରନ୍ତ ଏନେଇ କାର୍ଯ୍ୟାନୁଷ୍ଠାନ ନେବା ସହ ଜଙ୍ଗଲ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ସେମାନେ ଜିଲାପାଳ, ଡିଏଫ୍‌ଓଙ୍କ ନିକଟରେ ଦାବି କରିଛନ୍ତି। ଏ ସମ୍ପର୍କରେ ରେଞ୍ଜ୍‌ ଅଫିସର ରଞ୍ଜନ କୁମାର ମିଶ୍ରଙ୍କ ମୋବାଇଲ ନମ୍ବରରେ ଯୋଗାଯୋଗ କରିବାକୁ ଉଦ୍ୟମ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri