ଶିଳ୍ପାନୁଷ୍ଠାନର ପାଣି ପାଇପ ପାଇଁ ଗଛ କଟା

କଳିଙ୍ଗନଗର,୧୧ା୮(ଶୁଭାଶିଷ ରାଉତ): କିଛି ମାସ ତଳେ ପାନୀୟ ଜଳ ପ୍ରକଳ୍ପ ପାଇଁ ପଙ୍କପାଳସ୍ଥିତ ଇଡ୍‌କୋ ପମ୍ପ ହାଉସ ନିକଟରେ ଅନେକ ଗଛ କଟାଯାଇଥିଲା। ବନ ବିଭାଗ ଅନୁମତି ମିଳିବା ପୂର୍ବରୁ ତରବରିଆ ଭାବେ ଗଛଗୁଡ଼ିକ କାଟି ଦିଆଯାଇଥିଲା। ଏହାପରେ ଯଖପୁରା ଥାନା ନିକଟରେ ଲାଗିଥିବା ଗଛଗୁଡ଼ିକ ଶିଳ୍ପାନୁଷ୍ଠାନରେ ପାଣି ପାଇପ ଲାଇନ ବିଛାଇବା ପାଇଁ କାଟି ଦିଆଯାଉଛି। ଏକ ଅଣ ଓଡ଼ିଆ ଠିକା ସଂସ୍ଥା ଏହାକୁ କାଟି ପାଇପ ଲାଇନ ପକାଇବା ପାଇଁ ଠିକା ନେଇଛି। ବନ ବିଭାଗ ଅନୁମତିରେ ଏହା କଟାଯାଉଥିବା ଠିକା ସଂସ୍ଥା ସୂଚନା ଦେଇଛି। ତେବେ ଶିଳ୍ପାଞ୍ଚଳରେ ପରିବେଶ ସନ୍ତୁଳନ ରକ୍ଷା ପାଇଁ ବିପୁଳ ପରିମାଣର ଚାରାରୋପଣ ଆବଶ୍ୟକ ହେଉଥିବାବେଳେ ଯେଉଁଠି ଗଛ ଅଛି ଠିକ ସେହି ସ୍ଥାନରେ ଗଛ କାଟି ପାଇପ ଲାଇନ ବିଛାଇବା କେତେଦୂର ସମୀଚୀନ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ନେଇ ଟମକା ବନାଞ୍ଚଳ ଅଧିକାରୀ ଶଶିଭୂଷଣ ବେହେରାଙ୍କୁ ପଚାରିବାରୁ ସେ ଠିକ ଭାବେ କେତେ ଗଛ କଟାଯିବ କହି ପାରି ନ ଥିଲେ, ଖାତା ଦେଖି କହିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri