ରିଲିଜ ହେଲା ‘କଠପୁତଲି’ର ଟିଜର

ମୁମ୍ବାଇ: ବଲିଉଡ ଖିଲାଡି ବୟ ଅକ୍ଷୟ କୁମାର ଓ ରକୁଲ ପ୍ରୀତ ସିଂଙ୍କ ଅଭିନୀତ ଫିଲ୍ମ ‘କଟପୁତଲି’ର ଟିଜର ରିଲିଜ ହୋଇଛି । ଏଥିରେ ଅକ୍ଷୟ ପୋଲିସ ପୋଷାକରେ ନଜର ଆସୁଥିବା ବେଳେ ଜଣେ ସିରିଏଲ କିଲରର ପିଛା କରୁଥିବା ଦେଖାଯାଇଛି । ଫିଲ୍ମଟି ଆସନ୍ତା ସେପ୍ଟେମ୍ବର ୨ରେ ସିନେମା ହଲ ପରିବର୍ତ୍ତେ ସିଧା ଡିଜନି ପ୍ଲସ ହଟଷ୍ଟାରରେ ରିଲିଜ ହେବ । ନିକଟରେ ଅକ୍ଷୟ ଏହି ଫିଲ୍ମର ମୋଶନ ପୋଷ୍ଟର ଶେୟାର କରି ଫିଲ୍ମ ସମ୍ପର୍କରେ ସୂଚନା ଦେଇଥିଲେ । ଏଥିରେ ହରରର ତଡକା ଦେଖିବାକୁ ମିଳିଥିଲା । ଆଉ ଏବେ ଅକ୍ଷୟ ଏହାର ଟିଜର ଶେୟାର କରିଛନ୍ତି । ଏହାର ଏକ ମଜାଦାର ଟିଜର ରିଲିଜ୍ କରି ଅକ୍ଷୟ ସୂଚନା ଦେଇଛନ୍ତି କି ଫିଲ୍ମର ଟ୍ରେଲର ଶନିବାର ଅର୍ଥାତ୍ ୨୦ ଅଗଷ୍ଟରେ ରିଲିଜ ହେବ ।
ଟିଜରଟି ଜାରି କରି କ୍ଷୟ ଲେଖିଛନ୍ତି ଏହି ଖେଳ ପାୱାରର ନୁହେଁ ମାଇଣ୍ଡର ଏହି ମାଇଣ୍ଡ ଗେମରେ ଆପଣ ଆଉ ମୁଁ ସମସ୍ତେ କଠପୁତଲି । ଟିଜରରେ ସେ ଜଣେ ସିରିଏଳ କିଲରକୁ ପିଛା କରୁଥିବା ବେଳେ କହିଛନ୍ତି, ସିରିଏଲ କିଲର ସହ ପାୱାର ନୁହେଁ ମାଇଣ୍ଡ ଗେମ ଖେଳିବା କଥା ।
ଏବେ ଏହି ଟିଜରକୁ ଦର୍ଶକେ ଖୁବ୍ ପସନ୍ଦ କରିଛନ୍ତି । ଏହା ତାମିଲ ଫିଲ୍ମ ‘ସତ୍ସାସନ’ର ରିମେକ । ଏଥିରେ ଜଣେ ସାଇକୋ କିଲରର କାହାଣୀ କୁହାଯାଇଛି, ଯେ ରକୁଲଙ୍କ ପିଲାମାନଙ୍କୁ ଟାର୍ଗେଟ କରିଛି । ତାମିଲରେ ଏହି ଫିଲ୍ମର ଲିଡ ଆକ୍ଟର ବିଷ୍ଣୁ ବିଶାଲ ଥିବା ବେଳେ ହିନ୍ଦୀରେ ଏହାର ଲିଡ ରୋଲରେ ଅଛନ୍ତି ଅକ୍ଷୟ କୁମାର ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri