Posted inଖେଳ

ଟ୍ରିପଲ ଜମ୍ପରେ ଭାରତ ରଚିଲା ଇତିହାସ

ବର୍ମିଂହାମ,୭।୮: ରାଜ୍ୟଗୋଷ୍ଠୀ କ୍ରୀଡାର ଟ୍ରିପଲ ଜମ୍ପ ଇଭେଣ୍ଟରେ ଭାରତୀୟ ଆଥଲେଟ୍‌ ମାନେ ରବିବାର ୨ଟି ପଦକ ଜିତିଛନ୍ତି। ଭାରତର ଏଲଡୋଜ ପଲ ଏବଂ ଅବଦୁଲ୍ଲା ଆବୁବାକର୍‌ ଦେଶ ପାଇଁ ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ଜିତିଛନ୍ତି। ଭାରତ ମଧ୍ୟ ଏହି ଇଭେଣ୍ଟର ବ୍ରୋଞ୍ଜ ଜିତି ପାରିଥାନ୍ତା, କିନ୍ତୁ ପ୍ରବୀଣ ଚିତ୍ରାଭେଲ ବରମୁଡାର ପେରିଞ୍ଚେଫଙ୍କଠାରୁ ଅଳ୍ପ ବ୍ୟବଧାନରେ ପଛରେ ପଡ଼ିଯାଇଥିଲେ।
ଏଲଡୋଜ ପଲ ୧୭.୦୩ ମିଟର ଦୂରତା ଅତିକ୍ରମ କରି ସ୍ବର୍ଣ୍ଣ ପଦକ ଜିତିଥିଲେ। ସେହିପରି ଅବଦୁଲ୍ଲା ୧୭.୦୨ ମିଟର ଡେଇଁ ଦୁଇ ନମ୍ବରରେ ରହିଥିଲେ। ରାଜ୍ୟଗୋଷ୍ଠୀ କ୍ରୀଡା ଇତିହାସରେ ପ୍ରଥମ ଥର ପାଇଁ ଟ୍ରିପଲ ଜମ୍ପରେ ଭାରତ ୨ ପଦକ ଜିତିଛି। ଏହାସହଭାରତୀୟ ସ୍ପ୍ରିଣ୍ଟର ସନ୍ଦୀପ କୁମାର ୧୦୦୦୦ ମିଟର ରେସୱାକରେ ବ୍ରୋଞ୍ଜ ପଦକ ଜିତିଥିଲେ। ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତର ପଦକ ସଂଖ୍ୟା ୪୬ରେ ପହଞ୍ଚିଛି। ଏଥିରେ ୧୬ଟି ସ୍ବର୍ଣ୍ଣ, ୧୨ଟି ରୌପ୍ୟ ଏବଂ ୧୮ଟି ବ୍ରୋଞ୍ଜ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?