Posted inଖେଳ

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପଦକ ଜିତିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀ: ସ୍ବାମୀ କହିଲେ…

ବର୍ମିଂହାମ,୮।୮:: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ଖେଳାଳିମାନେ ବହୁତ ଭଲ ପ୍ରଦର୍ଶନ କରୁଛନ୍ତି। ସ୍କ୍ବାସରେ ଭାରତର ତାରକା ଖେଳାଳି ସୌରଭ ଘୋଷାଲ ଏବଂ ଦୀପିକା ପାଲିକଲ କମନୱେଲଥ ଗେମ୍ସର ମିକ୍ସ ଡବଲ୍ସରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହି ମ୍ୟାଚରେ ସେ ଅଷ୍ଟ୍ରେଲୀୟ ଯୋଡିଙ୍କୁ ପରାସ୍ତ କରିଥିଲେ। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଦୀପିକା ପାଲିକଲ ପଦକ ଜିତିବା ମାତ୍ରେ ସ୍ବାମୀ ତଥା କ୍ରିକେଟର୍‌ ଦୀନେଶ କାର୍ତ୍ତିକ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ନିଜ ଟୁଇଟର୍‌ରେ ଲେଖିଛନ୍ତି, ତୁମର କଠିନ ପରିଶ୍ରମର ଫଳ ମିଳିଛି। ତୁମ ଦୁହିଁଙ୍କ ପାଇଁ ବହୁତ ଖୁସି ଏବଂ ଗର୍ବିତ।
ଭାରତର ସୁପରଷ୍ଟାର ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ୨୦୧୫ରେ ଦୀପିକା ପଲିକଲଙ୍କୁ ବିବାହ କରିଥିଲେ। ଉଭୟ ହିନ୍ଦୁ ରୀତିନୀତି ଏବଂ ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ ବିବାହ କରିଥିଲେ।
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୌରଭ ଘୋଷାଲ ଏବଂ ଦୀପିକା ପାଲିକଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍କ୍ବାସ ମିଶ୍ରିତ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଦୀପିକା ପାଲିକଲ ଏବଂ ସୌରଭ ଘୋଷାଲଙ୍କୁ ଅଭିନନ୍ଦନ। ତୁମର ପୋଡିୟମ ଫିନିଶ ଭାରତରେ ସ୍କ୍ବାସପ୍ରେମୀଙ୍କ ପାଇଁ ଏକ ପ୍ରେରଣା। ଏହିପରି ବିଜୟ ଆମ ଦେଶରେ କ୍ରୀଡ଼ାର ଲୋକପ୍ରିୟତା ବଢାଇଥାଏ।
ସୌରଭ ଘୋଷାଲ ଭଲ ଫର୍ମରେ ଅଛନ୍ତି। ସ୍କ୍ବାସରେ ପୁରୁଷ ଏକକ ଇଭେଣ୍ଟରେ ସେ ବ୍ରୋଞ୍ଜ ପଦକ ଜିତିଥିଲେ। ବର୍ତ୍ତମାନର ସ୍କ୍ବାସରେ ଏହା ହେଉଛି ଭାରତର ଦ୍ୱିତୀୟ ପଦକ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri