ୟୁକ୍ରେନ୍‌ରେ ପୁଣି ସାଇବର ଆକ୍ରମଣ, ସରକାରୀ-ବ୍ୟାଙ୍କ କାରବାର ଠପ୍‌…

କ୍ୱିଭ୍‌,୨୪।୨ : ଗୋଟିଏ ପଟେ ରୁଷିଆ ପକ୍ଷରୁ ସୈନ୍ୟବାହିନୀଙ୍କ ଦ୍ୱାରା ୟୁକ୍ରେନ ଉପରେ ଆକ୍ରମଣ କରାଯାଇଥିବା ବେଳେ ଅନ୍ୟପଟେ ୟୁକ୍ରେନ ଉପରେ ପୁଣି ସାଇବର ଆକ୍ରମଣ ହୋଇଛି। ୟୁକ୍ରେନ ସରକାରଙ୍କ ୱେବସାଇଟ ଏବଂ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ୱେବସାଇଟ ଏହି ଆକ୍ରମଣର ଶିକାର ହୋଇଛନ୍ତି। ଆମେରିକା ଏବଂ ବ୍ରିଟେନ ସରକାର ଏନେଇ ରୁଷିଆର ଜିଆର୍‌ୟୁ ସାମରିକ ଗୁପ୍ତଚର ସଂସ୍ଥାକୁ ଦାୟୀ କରିଛନ୍ତି।

ଏହି ୱେବସାଇଟଗୁଡିକ ଉପରେ ଆକ୍ରମଣକୁ ଟେକ୍ନିକାଲ ଭାଷାରେ ଡିଷ୍ଟ୍ରିବ୍ୟୁଟେଡ୍‌ ଡିନାଏଲ୍‌ ଅଫ୍‌ ସର୍ଭିସ୍‌ (ଡିଡିଓଏସ୍‌) କୁହାଯାଉଛି। ଏକ ସର୍ଭରକୁ ଟାର୍ଗେଟ କରିବା ଏବଂ ଏହା ଉପରେ ଇଣ୍ଟରନେଟ ଡାଟା ପ୍ରବାହ ଜାରି ରଖିବା। ଯାହାଫଳରେ ସାଧାରଣ ଭାବେ ଆସୁଥିବା ତଥ୍ୟ ବାଧାପ୍ରାପ୍ତ ହୋଇଥାଏ।

ପୂର୍ବରୁ ଫେବୃଆରୀ ୧୩-୧୪ରେ ୟୁକ୍ରେନ୍‌ର ଅଧିକାଂଶ ୱେବସାଇଟରେ ସମାନ ଧରଣର ଆକ୍ରମଣ କରାଯାଇଥିଲା। ରୁଷିଆ ୟୁକ୍ରେନ୍‌ ସଙ୍କଟ ନେଇ ପୃଥିବୀର ସମସ୍ତ ଦେଶ ଚିନ୍ତିତ ଅଛନ୍ତି। କୁହାଯାଉଛି ଯେ ଏହି ଯୁଦ୍ଧ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସବୁଠାରୁ ବଡ ସଙ୍କଟ ସୃଷ୍ଟି କରିବ।

ଆମେରିକା ଏବଂ ବ୍ରିଟେନ ଭଳି ଦେଶ ରୁଷିଆ ଉପରେ ସମସ୍ତ କଟକଣା ଲାଗୁ କରିଛନ୍ତି। କିନ୍ତୁ ରୁଷିଆକୁ ରୋକିବା ସମ୍ଭବ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri