‘ସଚେତନତା ମାଧ୍ୟମରେ ସାଇବର ଠକେଇ ରୋକିହେବ’

କଟକ ଅଫିସ,୨୦।୧୦: ଜାତୀୟ ସାଇବର ସୁରକ୍ଷା ମାସ ପାଳନ ଅବସରରେ କଟକ ସହରାଞ୍ଚଳ ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ମର୍କତନଗର ସେକ୍ଟର-୯ସ୍ଥିତ ଏକ ମଣ୍ଡପରେ ଆୟୋଜିତ କାର୍ଯ୍ୟକ୍ରମରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ, ବିଭିନ୍ନ ସମୟରେ ବରିଷ୍ଠ ନାଗରିକମାନେ ସାଇବର ଠକେଇର ଶିକାର ହେଉଛନ୍ତି। ସାଇବର ଅପରାଧକୁ ରୋକିବା ଦେଶ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ରହିଛି। ସଚେତନତା ମାଧ୍ୟମରେ ଏହାକୁ ରୋକାଯାଇପାରିବ। ତେଣୁ କମିଶନରେଟ୍‌ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ କରାଯାଉଛି ବୋଲି ସେ କହିଥିଲେ। ଏଥିରେ ଡିସିପି କାର୍ଯ୍ୟାଳୟର ସାଇବର ସେଲ୍‌ ଇନ୍ସପେକ୍ଟର ରେଣୁବାଳା ତ୍ରିପାଠୀ, ଏସ୍‌ଆଇ ଗଣେଶ ସାହୁ, କନଷ୍ଟେବଳ ଅନିଲ ଯୋଗଦେଇ ସାଇବର ଠକେଇ ରୋକାଯିବା ଉପରେ ମତବ୍ୟକ୍ତ କରିଥିଲେ। ଭିଡିଓ ଭାଇରାଲ, ମୋବାଇଲ ଫୋନ୍‌ରେ ଆର୍ଥିକ କାରବାର ଉପରେ କ’ଣ କରିବା ଓ ନ କରିବା ଉଚିତ୍‌, ସେ ସମ୍ପର୍କରେ ସତର୍କ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଡିସିପି ପ୍ରତୀକ୍‌ ସିଂ, ଏସିପି ତାପସ ପ୍ରଧାନ, ମର୍କତ ନଗର ଥାନାଧିକାରୀ ବିଉଟି ମହାନ୍ତିଙ୍କ ସମେତ ସିଡିଏ ଅଞ୍ଚଳର ଶତାଧିକ ବରିଷ୍ଠ ନାଗରିକ ଯୋଗଦେଇଥିଲେ। ୩୦ ତାରିଖ ପର୍ଯ୍ୟନ୍ତ କଟକ ସହରାଞ୍ଚଳ ପୋଲିସର ପ୍ରତି ଥାନା ଅଞ୍ଚଳରେ ଏହି ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri