ବଢ଼ୁଛି ସାଇବର ଠକଙ୍କ ଦୌରାତ୍ମ୍ୟ

ଭୁବନେଶ୍ୱର,୬।୪ (ବ୍ୟୁରୋ): ବାରମ୍ବାର ସଚେତନତା ସତ୍ତ୍ୱେ ସାଇବର ଠକଙ୍କ ଜାଲରେ ପଡ଼ୁଛନ୍ତି ଲୋକେ। ଫଳରେ ଲକ୍ଷ ଲକ୍ଷ ଟଙ୍କା ଆଖି ପିଛୁଳାକେ ହରାଇ ବସୁଛନ୍ତି। ଗତ ଜାନୁୟାରୀରେ ରାଜଧାନୀରୁ ସାଇବର ଠକ ୧ କୋଟି ୩୧ ଲକ୍ଷ ୨୫ ହଜାର ୩୦ ଟଙ୍କା ଠକି ନେଇଥିବାବେଳେ ଫେବୃୟାରୀରେ ୧ କୋଟି ୩୯ ଲକ୍ଷ ୬୦ ହଜାର ୪୭୯ ଟଙ୍କା ଠକେଇ ହୋଇଥିଲା। ଫେବୃୟାରୀରେ ଏହି ପରିମାଣ ବୃଦ୍ଧି ପାଇଥିବାବେଳେ ମାର୍ଚ୍ଚରେ କମିଛି। ଭୁବନେଶ୍ୱର ସାଇବର କ୍ରାଇମ ହେଲ୍ପ ଡେସ୍କ ପକ୍ଷରୁ ମଙ୍ଗଳବାର ମିଳିଥିବା ରିପୋର୍ଟ ଅନୁଯାୟୀ, ମାର୍ଚ୍ଚରେ ସାଇବର ଠକ ୯୧ ଲକ୍ଷ ୫୬ ହଜାର ୫୩ ଟଙ୍କା ଲୁଟି ନେଇଛନ୍ତି। ହେଲ୍ପ ଡେସ୍କ ଓ ଅର୍ଥନୈତିକ ଅପରାଧ ଥାନାର ମିଳିତ ଉଦ୍ୟମରେ ମାର୍ଚ୍ଚରେ ଠକେଇ ଟଙ୍କାରୁ ମାତ୍ର ୧୦ ଲକ୍ଷ ୫୭ ହଜାର ୬୬୧ ଟଙ୍କା ଫେରିଛି। ସେହିପରି ମାର୍ଚ୍ଚରେ ହେଲ୍ପ ଡେସ୍କକୁ ସାରା ଓଡ଼ିଶାରୁ ୪୧୨ଟି କଲ ଆସିଛି। ସେଥିମଧ୍ୟରୁ ଭୁବନେଶ୍ୱରରୁ ୨୬୭ କଲ ଆସିଥିବା ବେଳେ ଅନ୍ୟ ଜିଲାରୁ ୩୬ଟି ଅଭିଯୋଗ ଆସିଛି। କେବଳ ଭୁବନେଶ୍ୱରରୁ ୟୁପିଆଇ ଠକେଇ ସମ୍ପର୍କିତ ୧୧୦, କ୍ରେଡିଟ ଓ ଡେବିଟ କାର୍ଡ ଦ୍ୱାରା ୮୦ ଏବଂ ଅନ୍ୟ ୭୭ଟି ଅନ୍‌ଲାଇନ ଠକେଇ ଅଭିଯୋଗ ମିଳିଛି। ଭୁବନେଶ୍ୱର ସହରାଞ୍ଚଳ ଜିଲାରେ ଗତ ମାର୍ଚ୍ଚରେ ୭ଟି ମକଦ୍ଦମା ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନାରେ ପଞ୍ଜୀକୃତ ହୋଇଥିବା ବେଳେ ହେଲ୍ପ ଡେସ୍କ ଏବଂ ଥାନାର ନିଜସ୍ବ ଉଦ୍ୟମ କ୍ରମେ ୧୫ଟି ସାଇବର ସେଫ୍‌ ଟିକେଟ ଜେନେରେଟ କରାଯାଇଥିଲା। ଅଭିଯୋଗକାରୀମାନଙ୍କୁ ୧୦ ଲକ୍ଷ ୫୭ ହଜାର ୬୬୧ ଟଙ୍କା ଫେରସ୍ତ କରାଯାଇଥିବା ବେଳେ ୪୦ ହଜାର ଟଙ୍କା ବ୍ଲକ କରାଯାଇପାରିଛି। ମାର୍ଚ୍ଚରେ ଅନ୍‌ଲାଇନ ଠକାମିର ଶିକାର ହୋଇଥିବା ୨୫ଜଣ ଅଭିଯୋଗକାରୀଙ୍କର ସମ୍ପୂର୍ଣ୍ଣ କିମ୍ବା ଆଂଶିକ ଅର୍ଥରାଶି ଫେରସ୍ତ କରାଯାଇପାରିଛି। ଏହି କ୍ରମରେ ମାର୍ଚ୍ଚରେ ପର୍ଯ୍ୟାୟ କ୍ରମେ ଅଭିଯୋଗକାରୀମାନଙ୍କର ୧,୩୯,୯୦୦ ଟଙ୍କା, ୧,୩୪, ୯୯୯ ଟଙ୍କା ଏବଂ ୧,୫୧୧୭ ଟଙ୍କା ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ହେଲ୍ପ ଡେସ୍କର ମିଳିତ ଉଦ୍ୟମରେ ଫେରସ୍ତ କରାଯାଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?