ସାଇବର ଠକେଇ: ୧ଲକ୍ଷ ୮ହଜାର ନେଇଗଲେ

ଖୋର୍ଦ୍ଧା ଅଫିସ,୨୬।୨: ରାଜ୍ୟରେ ସାଇବର ଠକେଇ ଦିନକୁ ଦିନ ବଢ଼ିବାରେ ଲାଗିଛି। ଖୋର୍ଦ୍ଧା ସଦର ଥାନା ଅଧୀନ ବାଜପୁର ଗ୍ରାମର ଚାରୁଲତା ଦାଶ ବ୍ୟାଙ୍କ ଠକେଇର ଶିକାର ହୋଇଛନ୍ତି। ତାଙ୍କ ଆକାଉଣ୍ଟରୁ ଏକ ମିନଟ୍‌ ମଧ୍ୟରେ ୨ଟି କିସ୍ତିରେ ୧ଲକ୍ଷ ୮ହଜାର ଟଙ୍କା ଉଠାଯାଇଛି ବୋଲି ଗୁରୁବାର ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ମୁତାବକ, ବାଜପୁରସ୍ଥିତ ଏକ ବ୍ୟାଙ୍କରେ ଚାରୁଲତାଙ୍କ ଆକାଉଣ୍ଟ ରହିଛି। ବୁଧବାର ଅପରାହ୍ନ ସାଢେ ୫ଟାରେ ସେ ପ୍ରତ୍ୟେକ ଦିନ ଭଳିି ସନ୍ଧ୍ୟାଧୂପରେ ବ୍ୟସ୍ତ ଥିଲେ। ଏହି ସମୟରେ ତାଙ୍କ ମୋବାଇଲ ନମ୍ବରକୁ +୯୧୮୯୬୭୨୯୯୮୯୨ ନମ୍ବରରୁ କଲ୍‌ ଆସିଥିଲା। ବ୍ୟାଙ୍କରୁ କହୁଥିବା କହି ତାଙ୍କୁ ମୋବାଇଲକୁ ଯାଇଥିବା ଏସ୍‌ଏମ୍‌ଏସ୍‌ର ନମ୍ବର ମାଗିଥିଲେ। ବ୍ୟସ୍ତତା କାରଣରୁ ଚାରୁଲତା ତାଙ୍କୁ ନମ୍ବର କହିଦେଇଥିଲେ। ତାଙ୍କ ଆକାଉଣ୍ଟରୁ ୧ଲକ୍ଷ ଟଙ୍କା ଉଠାଯାଇଥିବା ନେଇ ୫ଟା ୩୮ରେ ମେସେଜ୍‌ ଆସିଥିଲା। ପରେ ପୁଣି ୮ହଜାର ଉଠାଯାଇଥିବା ନେଇ ମେସେଜ୍‌ ଆସିଥିଲା। ଏତେ ଟଙ୍କା ଉଠାଯିବା ନେଇ ସେ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ଗତ ଜାନୁୟାରୀରେ ଜଣେ କାଠଗୋଲା ବ୍ୟବସାୟୀ ୧୬ଲକ୍ଷ ଟଙ୍କାର ସାଇବର ଠକେଇର ଶିକାର ହୋଇଥିଲେ। ଟଙ୍କା ଫେରି ପାଇବା ଲାଗି ବିଭିନ୍ନ ସ୍ଥାନରେ ଅଭିଯୋଗ କରି ବିଫଳ ହେବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମହୁତି ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri