ଏସ୍‌ବିଆଇର ସାଇବର ସଚେତନତା

ଭୁବନେଶ୍ୱର,୨୩।୭ (ଅଭୟ ଦାଶ): ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ଭୁବନେଶ୍ୱର ମଣ୍ଡଳରେ ଯୋଗ ଦେଇ ପ୍ରଶିକ୍ଷଣ ନେଉଥିବା ବିଭିନ୍ନ ରାଜ୍ୟର ୭୪ ଜଣ ବ୍ୟାଙ୍କ ପ୍ରୋବେସନାରୀ ଅଫିସର(ବ୍ୟାଙ୍କ ପିଓ)ଙ୍କୁ ନେଇ ଏକାମ୍ର ଐତିହ୍ୟ କ୍ଷେତ୍ରରେ ଏକ ସାଇବର ସଚେତନତା ପଦଯାତ୍ରା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଏସବିଆଇରେ ନୂତନ ଭାବେ ଯୋଗ ଦେଇଥିବା ଯୁବ ଅଧିକାରୀମାନଙ୍କୁ ନେଇ ସମାଜର ବିଭିନ୍ନ ବର୍ଗ ସାଇବର୍‌ ଠକେଇରେ ଶିକାର ହେଉ ଥିବାରୁ ଏକ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା। ଏହା ମାଧ୍ୟମରେ ସବୁ ବର୍ଗର ଲୋକଙ୍କୁ ସଚେତନତା ବାର୍ତ୍ତା ଦିଆଯାଇଥିଲା। ସେହିଭଳି ଏହି ଯୁବ ଅଧିକାରୀମାନେ ଭୁବନେଶ୍ୱରର ପର୍ଶୁରାମେଶ୍ୱର, ମୁକ୍ତେଶ୍ୱର, କେଦାରଗୌରୀ, କୋଟିତୀର୍ଥ ମାର୍ଗ ଦେଇ ବିନ୍ଦୁସାଗର, ଅନନ୍ତ ବାସୁଦେବ, ଲିଙ୍ଗରାଜ ମନ୍ଦିର ମାର୍ଗ ସମ୍ମୁଖସ୍ଥ ଦେବୀ ପାଦହରା ପୁଷ୍କରିଣୀ ନିକଟରେ ସଚେତନତା ଯାତ୍ରା ଶେଷ କରିଥିଲେ। ସେହିପରି ପାହାଳସ୍ଥିତ ଷ୍ଟେଟ ବ୍ୟାଙ୍କ କର୍ମଚାରୀ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ବିଜୟ କୁମାର ମହାନ୍ତିଙ୍କ ନେତୃତ୍ୱରେ ଏହି ଯାତ୍ରା ଆରମ୍ଭ କରାଯାଇଥିଲାବେଳେ ବ୍ୟାଙ୍କର ବରିଷ୍ଠ ଅଧିକାରୀ ମନୋରଞ୍ଜନ ଶତପଥୀଙ୍କ ସମେତ ପ୍ରଶିକ୍ଷଣ କେନ୍ଦ୍ରର ସମସ୍ତ ସଦସ୍ୟ ସହଯୋଗ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମନୋଜ କୁମାର ସିଂହ, ମଣ୍ଡଳ ବିକାଶ ଅଧିକାରୀ, ପ୍ରଧାନ କାର୍ଯ୍ୟାଳୟ, ପ୍ରଶାନ୍ତ କୁମାର, ଉପ-ମହାପ୍ରବନ୍ଧକ, ଭୁବନେଶ୍ୱର ଜୋନ ପ୍ରମୁଖ ଯୋଗଦେଇ ଯୁବ ଅଧିକାରୀମାନଙ୍କୁ ପରିବେଶ ଓ ଐତିହ୍ୟ କୀର୍ତ୍ତିରାଜିର ସୁରକ୍ଷା ତଥା ସାଇବର ଠକେଇ ରୋକିବା ନିମନ୍ତେ ଆବଶ୍ୟକ ପ୍ରଯୁକ୍ତିବିଦ୍ୟାର ଉପଯୋଗ ଉପରେ ବିସ୍ତୃତ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri