ବଢୁଛି ସାଇବର ଅପରାଧ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ସାଇବର ଅପରାଧ ବଢି ଚାଲିଛି। ଗତ ଦୁଇ ବର୍ଷ (୨୦୧୯-୨୦) ମଧ୍ୟରେ ସାଇବର ଅପରାଧୀମାନେ ସାଧାରଣ ଲୋକଙ୍କଠାରୁ ୫୧.୧୫ କୋଟି ଟଙ୍କା ଠକି ନେଇଛନ୍ତି। ବିଜେଡି ସଭ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଗତ ଦୁଇବର୍ଷ ମଧ୍ୟରେ ୩୪୦୬ଟି ସାଇବର ଠକେଇ ମାମଲା ରୁଜୁ ହୋଇଛି। ଏଥିରେ ସାଇବର ଅପରାଧୀମାନେ ୫୧,୧୫,୨୮,୮୮୧ ଟଙ୍କା ଠକି ନେଇଛନ୍ତି। ୨୦୧୯ରେ ୧୪୭୫ଟି ସାଇବର ଅପରାଧ ମାମଲାରେ ୧୬.୦୮ କୋଟି ଟଙ୍କା ଠକେଇ କରାଯାଇଥିବା ବେଳେ ୨୦୨୦ରେ ୧୯୩୧ ମାମଲାରେ ୩୫.୦୭ କୋଟି ଟଙ୍କା ଠକେଇ କରାଯାଇଛି। ସାଇବର ଅପରାଧରେ ଜଡିତ ରାଜ୍ୟ ଭିତରୁ ଓ ବାହାରୁ ଦୁଇ ବର୍ଷରେ ୭୦୮ ଜଣଙ୍କୁ ଗିରଫ କରାଯାଇଛି। ୨୦୧୯ରେ ୩୪୨ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୨୦୨୦ରେ ୩୬୬ ଜଣଙ୍କୁ ଗିରଫ କରାଯାଇଛି। ତେବେ ସେମାନଙ୍କ ମଧ୍ୟରୁ ୨୦୧୯ରେ ମାତ୍ର ୨ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିବା ବେଳେ ୨୦୨୦ରେ କାହାକୁ ଦୋଷୀ ସାବ୍ୟସ୍ତ କରାଯାଇ ନାହିଁ।
ସେହିପରି ସଦସ୍ୟଙ୍କ ଅନ୍ୟ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, କୋଭିଡ ମହାମାରୀ ସମୟରେ ୨୦୨୦ରେ ରାଜ୍ୟରେ ୨୯୭୪ ବଳାତ୍କାର ମାମଲା ରୁଜୁ ହୋଇଥିବା ବେଳେ ୧୪୭୦ ହତ୍ୟା, ୫ଟି ବ୍ୟାଙ୍କ ଲୁଟ ଏବଂ ୧୭ଟି ଏଟିଏମ ଲୁଟ ଭଳି ମାମଲା ରୁଜୁ ହୋଇଛି। ଆଇନ ଅନୁଯାୟୀ ଅପରାଧୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଯେତେ ବଡ଼ ପଦବୀରେ ଥାଆନ୍ତୁ ନା କାହିଁକି ଆଇନ ଭାଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଓଡ଼ିଶା ପୋଲିସ ଗରିବ, ଦୁର୍ବଳ ଓ ଅବହେଳିତ ଲୋକଙ୍କୁ ସେବା ଯୋଗାଇବା ପାଇଁ ସର୍ବଦା ପ୍ରସ୍ତୁତ। ଜନସାଧାରଣଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇ ଦେବାକୁ ୫-ଟି ଓ ମୋ ସରକାର ଭଳି ଅଭିନବ ପ୍ରୟାସ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri