ଅଙ୍ଗନୱାଡି କର୍ମୀଙ୍କୁ ଢାଲ କରି ସାଇବର ଠକେଇ

ବରଗଡ଼ ଅଫିସ୍‌,୧୪।୩: ବରଗଡ଼ ଜିଲାରେ ଅଙ୍ଗନୱାଡ଼ି କର୍ମୀଙ୍କୁ ଢ଼ାଲ କରି ଜଣେ ହିତାଧିକାରୀଙ୍କଠାରୁ ୪୫୦୦ ଟଙ୍କା ଠକେଇ ହୋଇଛି। ଏ ନେଇ ସୋମବାର ବରଗଡ଼ ବ୍ଲକ ତୋରା ପଞ୍ଚାୟତ ଧାନ ମିଲ୍‌ପଡ଼ା ଅଙ୍ଗନୱାଡ଼ି କେନ୍ଦ୍ରର କର୍ମୀ ବିଦ୍ୟୁତଲତା ଭୋଇ ସ୍ଥାନୀୟ ଟାଉନ ଥାନାରେ ଏତଲା ଦେଇଛନ୍ତି। ଏତଲା ପାଇବା ପରେ ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ଗତ ୧୦ତାରିଖ ଦିନ ୧୨ଟା ୨୮ମିନିଟରେ ବିଦ୍ୟୁତଲତାଙ୍କ ମୋବାଇଲ ଫୋନକୁ ଏକ ଅଜଣା ନମ୍ବର ୭୪୫୨୦୪୬୫୪୦ରୁ ଏକ ଆସିଥିଲା । ଅଙ୍ଗନୱାଡ଼ି କେନ୍ଦ୍ର ଅଧୀନରେ ରହିଥିବା ହିତାଧିକାରୀଙ୍କୁ ରାଶନ ସାମଗ୍ରୀ ଦେଉନାହଁ ବୋଲି ସମ୍ପୃକ୍ତ ଅଜଣା ଲୋକ କହିଥିଲେ। ପରେ ଠକ ଜଣକ କନଫରେନ୍ସ କରିଥିଲେ ଏବଂ ବିଦ୍ୟୁତଲତାଙ୍କ କଲ୍‌କୁ ମ୍ୟୁଟ୍‌ କରି ହିତାଧିକାରୀଙ୍କ ସହିତ କଥାବାର୍ତ୍ତା ହୋଇଥିଲେ ଏବଂ ୮ହଜାର ଟଙ୍କା ପାଇବାର ପ୍ରଲୋଭନ ଦେଖାଇଥିଲେ। ଏହାପରେ ହିତାଧିକାରୀଙ୍କଠାରୁ ଗୁଗୁଲ୍‌ ପେ ମାଧ୍ୟମରେ ସମ୍ପୃକ୍ତ ଠକ ଜଣକ ୪୫୦୦ ଟଙ୍କା ନେଇଯାଇଥିଲେ। ବର୍ତ୍ତମାନ ସମ୍ପୃକ୍ତ ହିତାଧିକାରୀ ତାଙ୍କୁ ସେହି ଟଙ୍କା ଫେରାଇବାକୁ କହୁଥିବା ବିଦ୍ୟୁତଲତା ଅଭିଯୋଗ କରିଛନ୍ତି। ସମ୍ପୃକ୍ତ ଠକ ଅନ୍ୟ କିଛି ହିତାଧିକାରୀଙ୍କୁ ମଧ୍ୟ ସେଭଳି ପ୍ରଲୋଭନ ଦେଖାଇଥିବା ସେ ଜାଣିବାକୁ ପାଇଥିବା ବିଦ୍ୟୁତଲତା କହିଛନ୍ତି। ଫଳରେ ଏହାର ବିଧିବଦ୍ଧ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ସେ ପୋଲିସକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri