ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦେବଗଡ ଜିଲା ରିଆମାଳ ଥାନା ଅଂଚଳର ୩ ଜଣ ସାଇବର ଠକ ଗୁରୁବାର ଗିରଫ ହୋଇଛନ୍ତି । ଭୁବନେଶ୍ୱର କମିଶନରେଟ ପୋଲିସର ଏକ ସ୍ୱତନ୍ତ୍ର ଦଳ ଚଢଉ କରି ସେମାନଙ୍କୁ ଗିରଫ କରିଥିବା ଜଣାପଡିଛି । ଗିରଫ ଅଭିଯୁକ୍ତ ମାନେ ରିଆମାଳର ଲାଲା ବସନ୍ତରା (୨୧), ଚିନ୍ମୟ ସାହୁ (୧୯) ଏବଂ ମାନସ କୁମାର ସାହୁ (୩୦) ବୋଲି ଜଣାପଡିଛି । ରିଆମାଳ ସଦର ମହକୁମାରେ ଲାଲା ଏକ ସେଲୁନ ଦୋକାନ ଖୋଲିଥିବା ବେଳେ ଏଭଳି ଅପରାଧରେ ସାମିଲ ଥିବା ଜଣାପଡିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ୩ ଟି ମୋବାଇଲ, ଗୋଟିଏ ଏସବିଆଇ ଏଟିଏମ ଏବଂ ଉଦ୍ୟମ ପଞ୍ଜିକୃତ ପ୍ରମାଣପତ୍ର ଜବତ କରାଯାଇଛି । ସେମାନେ ଅସଲି ଟ୍ରେଡିଂ କମ୍ପାନୀର ଫେକ ଆପ ତିଆରି କରି ଲୋକଙ୍କୁ ମିଛସତ କହି ୱାଟ୍‌ସଅପ ଗ୍ରୁଫରେ ସାମିଲ କରି ଲକ୍ଷ ଲକ୍ଷ ଟଙ୍କା ଲୁଟ କରୁଥିଲେ । ଭୁବନେଶ୍ୱର ଏୟାର-ଫିଲ୍ଟ ଥାନା ଅଂଚଳରେ ରହୁଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ପ୍ରକାଶ କୁମାର ମହାପାତ୍ର ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇର ଶିକାର ହୋଇଥିବା ନେଇ ସାଇବର କ୍ରାଇମ୍ ଏବଂ ଇକୋନୋମିକ ଅଫେନ୍ସ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଏନେଇ ଏକ ମାମଲା ରୁଜୁ କରିବା ସହିତ ତଦନ୍ତ ଆରମ୍ଭ କରିଥିବା ବେଳେ ଉକ୍ତ ସାଇବର ଠକେଇ ନେଟୱାର୍କର ୩ ଜଣ ଯୁବକଙ୍କୁ ଗିରଫ କରିଛି । ଏଥିରେ ଅନେକ ଅଭିଯୁକ୍ତ ସାମିଲ ଥିବା ବେଳେ ପୋଲିସ ଅଧିକ ତଦନ୍ତ କରୁଛି । ପୋଲିସ ଗୁରୁବାର କୋର୍ଟଚାଲାଣ କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri