ମୋବାଇଲ ପାଇଁ ବଢୁଛି ସାଇବର ଠକେଇ, ଅପରାଧୀମାନେ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ୍‌ କରି…

ଗଞ୍ଜାମ,୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଶିବିର ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମଠାରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ଏସ୍‌ଡିପିଓ ଚନ୍ଦନ ଘଡ଼ାଇ ସଭାପତିତ୍ୱ କରିଥିଲେ। ଥାନା ଆଇଆଇସି ସୁମିତ୍ରା ପାତ୍ର ସଂଯୋଜନା ଓ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଭାବେ ବିଡିଓ ଅଚ୍ୟୁତାନନ୍ଦ ଜାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ଗ୍ରାସୀମ କମ୍ପାନୀ ୟୁନିଟ ହେଡ୍‌ ଅଜୟ ଗୁପ୍ତା, ସାଇବର ଇନଚାର୍ଜ କିରଣ ପାତ୍ର,ଗ୍ରାସୀମ ମାନବ ସମ୍ବଳ ଅଧିକାରୀ ନିରଜ ପଟ୍ଟନାୟକ, ବରିଷ୍ଠ ନାଗରିକ ମଞ୍ଚ ସଭାପତି ରବୀନ୍ଦ୍ର ପଣ୍ଡା, ସମ୍ପାଦକ ବିନୋଦ ମହାପାତ୍ର, ଗୌରୀ ଶଙ୍କର ପାଢ଼ୀ ପ୍ରମୁଖ ମଞ୍ଚାସୀନ ଥିଲେ। ମୋବାଇଲ ଦ୍ୱାରା ସାଇବର ଠକେଇ ବୃଦ୍ଧି ହେଉଥିବା ବେଳେ ସାଇବର ଅପରାଧୀମାନେ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ କରି ସଫଳ ହେଉଛନ୍ତି l ଏଥିପାଇଁ ଅଧିକ ଲାଭର ବଶବର୍ତ୍ତୀ ନ ହେବାକୁ ମଞ୍ଚାସୀନ ଅତିଥିମାନେ ଆହ୍ବାନ ଦେଇଥିଲେ l ଅଜଣା ଫୋନ୍‌ କଲକୁ ଗ୍ରହଣ ନ କରିବା, ହ୍ବାଟ୍ସଆପ୍‌କୁ ଆସୁଥିବା ଅଜଣା ଲିଙ୍କ୍‌କୁ ନ ଖୋଲିବା, ଏଟିଏମ୍‌ କାର୍ଡ ନଂ ଆଦି ଅଜଣା ବ୍ୟକ୍ତିଙ୍କୁ ନ ଦେବା ଏବଂ ବିଶେଷ କରି ବ୍ୟାଙ୍କ ସମ୍ବନ୍ଧୀୟ ତଥ୍ୟ କାହାକୁ ନେବାକୁ ପୋଲିସ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri