ଭୁବନେଶ୍ୱର,୧୦।୧୦: ନ୍ୟାଶନାଲ ସର୍ଭିସ୍ ସ୍କିମ୍ (ଏନ୍ଏସ୍ଏସ୍), ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି ଏବଂ କମିଶନେରେଟ ପୋଲିସର ମିଳିତ ସହଯୋଗରେ ଏକ ସାଇବର ସୁରକ୍ଷା ଅଭିଯାନ ବିଶ୍ୱବିଦ୍ୟାଳୟର ଗୋଠପାଟଣାସ୍ଥିତ କ୍ୟାମ୍ପସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସାଇବର ରଥ ଏବଂ ସାଇବର ସାଏରା-ସାଇବର ସୁରକ୍ଷା ଅଭିଯାନର ମାସ୍କଟ୍ ମଧ୍ୟ କ୍ୟାମ୍ପସ ଭ୍ରମଣ କରିଥିଲା ବେଳେ ବିଜିୟୁ ଛାତ୍ରୀଛାତ୍ରୀ ଅନୁପ ଦେବ, ଦିବ୍ୟା ସିଂ ଏବଂ ସାନିଆ ସାହୁ ଏହି ମିଶନକୁ ଆଗକୁ ନେବା ପାଇଁ ‘ସାଇବର ମିତ୍ର’ ଭାବେ ମନୋନୀତ ହୋଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଜିୟୁର କୁଳପତି ପ୍ରଫେସର ପି.ପି.ମାଥୁର, ବିଜିୟୁ ରେଜିଷ୍ଟ୍ରାର ପ୍ରଫେସର ବି.କେ.ଦାସ ପ୍ରମୁଖ ଉପସ୍ଥିତ ରହି ଟେକ୍ନୋଲୋଜିର ଭଲ ଓ ମନ୍ଦ ଦୁଇଟି ଦିଗ ଉପରେ ଅବଗତ କରାଇବା ସହ ସଚେତନତା ଅଭାବରୁ ଜନସାଧାରଣ ଶିକାର ହେଉଥିବା ସାଇବର ଅପରାଧ ଉପରେ ବିସ୍ତୃତ ଆଲୋଚନା କରିଥିଲେ। ବିର୍ଲା ସ୍କୁଲ ଅଫ୍ କମର୍ସର ଡିନ୍ ପ୍ରଫେସର ସାମସନ ମହାରଣା, ବିର୍ଲା ସ୍କୁଲ ଅଫ୍ ଲ’ର ଡିନ୍ ପ୍ରଫେସର ଲଲିତ ଦେବଙ୍କ ସମେତ ଅନ୍ୟ ଫାକଲ୍ଟି ଓ କର୍ମଚାରୀମାନେ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏନ୍ଏସ୍ଏସ୍ ସ୍ବେଚ୍ଛାସେବୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏନ୍ଏସ୍ଏସ୍ର କନ୍ଭେନର ତଥା ପ୍ରୋଗ୍ରାମ ଅଫିସର ଲୋପାମୁଦ୍ରା ନାୟକ ସ୍ବାଗତ ଅଭିଭାଷଣ ଜଣାଇଥିଲାବେଳେ ଏନ୍ଏସ୍ଏସ୍-ବିଜିୟୁ କୋ-ଅର୍ଡିନେଟର ଶୁଭେନ୍ଦୁ କୁମାର ପ୍ରତିହାରୀ ଧନ୍ୟବାଦ ଅର୍ପଣ କରିଥିଲେ।
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

