‘ସଚେତନତା ମାଧ୍ୟମରେ ସାଇବର ଠକେଇ ରୋକିହେବ’

କଟକ ଅଫିସ,୨୦।୧୦: ଜାତୀୟ ସାଇବର ସୁରକ୍ଷା ମାସ ପାଳନ ଅବସରରେ କଟକ ସହରାଞ୍ଚଳ ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ମର୍କତନଗର ସେକ୍ଟର-୯ସ୍ଥିତ ଏକ ମଣ୍ଡପରେ ଆୟୋଜିତ କାର୍ଯ୍ୟକ୍ରମରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ, ବିଭିନ୍ନ ସମୟରେ ବରିଷ୍ଠ ନାଗରିକମାନେ ସାଇବର ଠକେଇର ଶିକାର ହେଉଛନ୍ତି। ସାଇବର ଅପରାଧକୁ ରୋକିବା ଦେଶ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ରହିଛି। ସଚେତନତା ମାଧ୍ୟମରେ ଏହାକୁ ରୋକାଯାଇପାରିବ। ତେଣୁ କମିଶନରେଟ୍‌ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ କରାଯାଉଛି ବୋଲି ସେ କହିଥିଲେ। ଏଥିରେ ଡିସିପି କାର୍ଯ୍ୟାଳୟର ସାଇବର ସେଲ୍‌ ଇନ୍ସପେକ୍ଟର ରେଣୁବାଳା ତ୍ରିପାଠୀ, ଏସ୍‌ଆଇ ଗଣେଶ ସାହୁ, କନଷ୍ଟେବଳ ଅନିଲ ଯୋଗଦେଇ ସାଇବର ଠକେଇ ରୋକାଯିବା ଉପରେ ମତବ୍ୟକ୍ତ କରିଥିଲେ। ଭିଡିଓ ଭାଇରାଲ, ମୋବାଇଲ ଫୋନ୍‌ରେ ଆର୍ଥିକ କାରବାର ଉପରେ କ’ଣ କରିବା ଓ ନ କରିବା ଉଚିତ୍‌, ସେ ସମ୍ପର୍କରେ ସତର୍କ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଡିସିପି ପ୍ରତୀକ୍‌ ସିଂ, ଏସିପି ତାପସ ପ୍ରଧାନ, ମର୍କତ ନଗର ଥାନାଧିକାରୀ ବିଉଟି ମହାନ୍ତିଙ୍କ ସମେତ ସିଡିଏ ଅଞ୍ଚଳର ଶତାଧିକ ବରିଷ୍ଠ ନାଗରିକ ଯୋଗଦେଇଥିଲେ। ୩୦ ତାରିଖ ପର୍ଯ୍ୟନ୍ତ କଟକ ସହରାଞ୍ଚଳ ପୋଲିସର ପ୍ରତି ଥାନା ଅଞ୍ଚଳରେ ଏହି ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri