ଡିଜିଟାଲ ଦୁନିଆରେ ବଢୁଛି ସାଇବର କ୍ରାଇମ୍‌

ମୋରଡ଼ା,୨ା୧୦(ସ୍ମାରକ ମାଜୀ): ଆଜିର ଡିଜିଟାଲ ଦୁନିଆରେ ଦିନକୁ ଦିନ ସାଇବର କ୍ରାଇମ୍‌ ବଢ଼ିଚାଲିଛି। ସାଇବର ଅପରାଧୀଙ୍କୁ ଧରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ସୋମବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଚିତ୍ରଡ଼ା ପଞ୍ଚାୟତରୁ ଆରମ୍ଭ ହୋଇଛି। ମୋରଡ଼ା ଥାନାଧିକାରୀ ପଦ୍ମଲୋଚନ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ତଥା ପୌରୋହିତ୍ୟରେ ଚିତ୍ରଡ଼ା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଓଡିଶା ପୋଲିସ ସରକାରଙ୍କର ଅନ୍ୟାନ୍ୟ ବିଭାଗ ତଥା ପ୍ରମୁଖ ବ୍ୟାଙ୍କମାନଙ୍କ ସହିତ ମିଶି ଚଳିତ ଅକ୍ଟୋବର ମାସରେ ଏହି ସାଇବର ସୁରକ୍ଷା ଅଭିଯାନ ଆରମ୍ଭ କରିଛନ୍ତି। ସର୍ବଦା ଶକ୍ତିଶାଳୀ ପାସଓ୍ବାର୍ଡର ବ୍ୟବହାର ଏବଂ ଉକ୍ତ ପାସଓ୍ବାର୍ଡ କାହାରିକୁ ପ୍ରକାଶ ନ କରିବା, ଇଣ୍ଟରନେଟରେ ବ୍ୟକ୍ତିଗତ ସୂଚନା ଓ ଫଟୋ ଶେୟାର କରିବା ସମୟରେ ସତର୍କ ଅବଲମ୍ବନ, ଅଜଣା ବ୍ୟକ୍ତିଙ୍କୁ ଠିକଣା ନ ଦେବା, ପରିଚୟ ପ୍ରମାଣ ବିବରଣୀ, ଆକାଉଣ୍ଟ ନମ୍ବର, ଏଟିଏମ୍‌ କାର୍ଡର ବିବରଣୀ ନ ଦେବା, ଅନ୍‌ଲାଇନ ମାଧ୍ୟମରେ ବନ୍ଧୁ ହୋଇଥିବା କୌଣସି ବ୍ୟକ୍ତିଙ୍କୁ ସାକ୍ଷାତ ନ କରିବା ଇତ୍ୟାଦି ବାବଦରେ ଉପସ୍ଥିତ ଜନସାଧାରଣଙ୍କୁ ସଚେତନତା କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ଚିତ୍ରଡ଼ା ଫାଣ୍ଡି ଅଧିକାରୀ ନିରଞ୍ଜନ ସୋରେନ, ଦୀନବନ୍ଧୁ ଦେହୁରୀ,ମଞ୍ଜୁଲତା ବେହେରା, ଲକ୍ଷ୍ମୀପ୍ରିୟା ରାଉତ, ବିନତା ଥୟାଲ, ସାଲଖାନ ମାଝୀ, ଦୀପକ କୁମାର ବାରିକ, ଗୋବିନ୍ଦ ସାହୁ, ପିଥ ହେମ୍ବ୍ରମ ପ୍ରମୁଖ ମୋରଡ଼ା ଥାନା ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ସେହିପରି ବିଷ୍ଣୁପ୍ରିୟା ଦାସ, ସାଇବନ୍ଦନା ବେହେରା ଓ଼ ଚିତ୍ରଡା,ହଳଦୀପାଳ ପଞ୍ଚାୟତର ଗ୍ରାମବାସୀ ମଧ୍ୟ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ପରେ ଏକ ସଚେତନତା ରାଲି ମୋରଡ଼ା ପୋଲିସ ଦ୍ୱାରା କରାଯାଇଥିଲା। ସାଇବର କ୍ରାଇମ ବାବଦରେ ବିଭିନ୍ନ ପ୍ଲାକାର୍ଡ ଧରି ପୋଲିସ କର୍ମଚାରୀ,ଏସ୍‌ଏଚ୍‌ଜି ମହିଳାମାନେ ଲୋକଙ୍କୁ ସଚେତନତାର ବାର୍ତ୍ତା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?