ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। କିନ୍ତୁ ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ଯାତାୟାତ ପାଇଁ ସିଧାସଳଖ କୌଣସି ସରକାରୀ କିମ୍ବା ବେସରକାରୀ ବସ ସୁବିଧା ନାହିଁ।

ଗୁଡାରିରୁ ଭୁବନେଶ୍ୱର ଯିବା କିମ୍ବା ଫେରିବା ପାଇଁ ଅଞ୍ଚଳବାସୀଙ୍କୁ ପ୍ରଥମେ ୨୦ କିଲୋମିଟର ଦୂରରେ ଥିବା ପଦ୍ମପୁର କିମ୍ବା ଗୁମୁଡାକୁ ଯିବାକୁ ପଡ଼ୁଛି। ଏହି ଅଞ୍ଚଳରୁ ପ୍ରତିଦିନ ଅନେକ ଲୋକ ଭୁବନେଶ୍ୱର ଯାତାୟାତ କରୁଥିବା ବେଳେ, ଭୁବନେଶ୍ୱରରୁ ରାତ୍ରିକାଳୀନ ବସରେ ଫେରି ପଦ୍ମପୁର କିମ୍ବା ଗୁମୁଡାରେ ଭୋର ୩ଟାରୁ ୪ଟା ମଧ୍ୟରେ ଓହ୍ଲାଇଥାନ୍ତି। ସେଠାରେ ଗୁଡାରି ଯିବା ବସ ପାଇଁ ସେମାନଙ୍କୁ ୪ରୁ ୫ ଘଣ୍ଟା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ୁଛି।

ବାରମ୍ବାର ଦାବି ଓ ଅଭିଯୋଗ ପରେ ୨୦୨୩ ମସିହାରେ ଗୁଡାରିରୁ ଭୁବନେଶ୍ୱରକୁ ଗୋଟିଏ ସରକାରୀ ବସ ସେବା ଆରମ୍ଭ କରାଯାଇଥିଲା। ତେବେ ଏହି ବସକୁ ଦୈନିକ ପ୍ରାୟ ୪୦୦ କିଲୋମିଟର ଯାଇ ପୁଣି ସେହି ଦିନ ଫେରିବାକୁ ପଡ଼ୁଥିଲା। ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୮୦୦ କିଲୋମିଟର ଚଳାଚଳ କରିବା କଷ୍ଟସାଧ୍ୟ ହୋଇଥିବାରୁ ସେବା ଆରମ୍ଭର କିଛି ଦିନ ପରେ ଦିଗପହଣ୍ଡି ନିକଟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହା ପରଠାରୁ ଏହି ବସ ସେବା ବନ୍ଦ ରହିଥିବାରୁ ଗୁଡାରି ଅଞ୍ଚଳବାସୀ ଏହି ସୁବିଧାରୁ ବଞ୍ଚିତ ଅଛନ୍ତି।

ବସ ସେବା ପୁନଃ ଚାଲୁ କରିବା ଦାବିରେ ସ୍ଥାନୀୟ “ୟୁଥ ଫର ଚେଞ୍ଜ” ଯୁବଗୋଷ୍ଠୀ ପକ୍ଷରୁ ଅଞ୍ଚଳବାସୀଙ୍କ ସହଯୋଗରେ ଜିଲାପାଳ, ବିଧାୟକ, ଏମ୍ ପି ଓ ପରିବହନ ମନ୍ତ୍ରୀଙ୍କୁ ବାରମ୍ବାର ଲିଖିତ ଭାବେ ଅବଗତ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସୁଫଳ ମିଳିନାହିଁ।

ଏହି ପରିପ୍ରେକ୍ଷୀରେ, ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ଗୁଡାରିରୁ ଭୁବନେଶ୍ୱର ଉଭୟ ପାର୍ଶ୍ୱରେ ସରକାରୀ ବସ ସେବା ଆରମ୍ଭ ନ କରାଗଲେ, ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଅକ୍ଟୋବର ୨ ତାରିଖରେ ସେ ସାଇକେଲରେ ପ୍ରାୟ ୪୦୦ କିଲୋମିଟର ଯାତ୍ରା କରି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିବେ ବୋଲି ସ୍ଥାନୀୟ ବାସିନ୍ଦା ପ୍ରମୋଦ କୁମାର ପତି ଶନିବାର ବିଡିଓ ସୁଚିସ୍ମିତା ବେହେରାଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଛନ୍ତି।

ଅଞ୍ଚଳବାସୀଙ୍କ ସହଯୋଗ ଓ ଆଶୀର୍ବାଦ ନେଇ ମା’ ମାଣିକେଶ୍ୱରୀଙ୍କ ନିକଟରେ ନଡ଼ିଆ ଭାଙ୍ଗି ସାଇକେଲରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା ଆରମ୍ଭ କରିବେ ବୋଲି ପ୍ରମୋଦ କୁମାର ପତି ଦୃଢ଼ତାର ସହ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ଦାବି ପ୍ରତି କି ପଦକ୍ଷେପ ନେଉଛନ୍ତି, ତାହା ଉପରେ ଅଞ୍ଚଳବାସୀଙ୍କ ନଜର ରହିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ତୁଳା ରାଶିରେ ଶୁକ୍ରଙ୍କ ପ୍ରବେଶ: ମେଷ ସମେତ ଏହି ୫ ରାଶିର ହେବ ବମ୍ଫର ରୋଜଗାର, ଘଟିବ ଯାହା କେବେ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ପ୍ରେମ, ସୁଖ-ସୁବିଧା, ଧନ, ବୈଭବ ଓ ଐଶ୍ୱର୍ଯ୍ୟର କାରକ ବୋଲି ମନେ କରାଯାଏ। ଶୁକ୍ରଙ୍କ ରାଶି ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri