ରାଉରକେଲାରୁ ସାଇକେଲ ରାଲିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର,୧୧ା୧(ବ୍ୟୁରୋ): ସାରା ରାଜ୍ୟରେ ଏବେ ହକିର ମାହୋଲ। ପୁରପଲ୍ଲୀ, ସହର ବଜାର ସବୁଆଡ଼େ ଏବେ ହକିକୁ ନେଇ ଚର୍ଚ୍ଚା ଚାଲିଛି। କଟକରୁ ଆରମ୍ଭକରି ସୁନ୍ଦରଗଡ଼ ସମେତ ଅନ୍ୟ ସବୁଆଡ଼େ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଅନ୍ତୁଡ଼ିଶାଳ ସୁନ୍ଦରଗଡ଼ରେ ହକି ବିଶ୍ବକପ୍‌ ଆୟୋଜନ ହେଉଛି। ଏହାସହ ରାଉରକେଲାରେ ବିଶ୍ବର ବୃହତ୍ତମ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ମଧ୍ୟ ନିର୍ମାଣ କରାଯାଇଛି। ସେଠାରେ ବିଶ୍ବକପ୍‌ ହକିର ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ। ତେଣୁ ପୂରା ସୁନ୍ଦରଗଡ଼ ଜିଲାରେ ବିପୁଳ ଉତ୍ସାହ ଦେଖାଦେଇଛି। ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଚଳିତ ଥର ବିଶ୍ବକପ୍‌ ଆୟୋଜନ କରାଯାଉଥିବାରୁ ସାରା ସୁନ୍ଦରଗଡ଼ ଉତ୍ସବମୁଖର ହୋଇଉଠିଛି। ସମସ୍ତେ ବିଶେଷ କରି ଯୁବସମାଜ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖାଦେଇଛି। ବିଶ୍ବକପ୍‌ ଆୟୋଜନ ପାଇଁ ଧନ୍ୟବାଦ ଜଣାଇବା ଲାଗି ମଙ୍ଗଳବାର ଶହ ଶହ ଯୁବକ ସାଇକେଲ ଯୋଗେ ଭୁବନେଶ୍ବର ଆସି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସୁନ୍ଦରଗଡ଼ ଜିଲାର ପ୍ରାୟ ୧୫୦ଜଣ ସାଇକେଲ ଶୋଭାଯାତ୍ରାରେ ଆସି ଭୁବନେଶ୍ୱରଠାରେ ପହଞ୍ଚିବା ପରେ ସେମାନଙ୍କୁ ବିଧାୟକ ଏବଂ ମେୟର ସ୍ବାଗତ ଜଣାଇଛନ୍ତି। ଏହାସହ ସୁନ୍ଦରଗଡ଼ ଜିଲାରୁ ମଧ୍ୟ ଅନେକ ନେତା ଓ କର୍ମୀ ବାଜା ବଜାଇ ନାଚ ଗୀତ କରି ଆସି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସେମାନଙ୍କର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହ ରାଉରକେଲାରେ ବିଶ୍ବକପ୍‌ର ସଫଳତା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି। ସେହିପରି ବୁଧବାର କଟକରେ ହକି ବିଶ୍ବକପ୍‌ର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହେବ। ଐତିହ୍ୟ ସହର କଟକକୁ ବିଶ୍ବକପ୍‌ ହକି ଆୟୋଜନରେ ସିଧାସଳଖ ଯୋଡ଼ିଥିବାରୁ ପୂର୍ବତନ ବିଧାୟକ ତଥା କଟକ ନଗର ଶାନ୍ତି କମିଟିର ଅଧ୍ୟକ୍ଷ ପ୍ରଭାତ ତ୍ରିପାଠୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି। ବିଶ୍ବକପ୍‌ ହକି ଉଦ୍‌ଘାଟନୀ ସମାରୋହ ସଫଳ ଭାବେ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ କଟକ ସହରବାସୀଙ୍କ ସହଯୋଗ କାମନା କରିଛନ୍ତି। ସେମାନଙ୍କ ସହିତ ପୂର୍ବତନ ମନ୍ତ୍ରୀ ବିଧାୟକ ପ୍ରତାପ ଜେନା ଓ ରଘୁନାଥପଲ୍ଲୀ ବିଧାୟକ ସୁବ୍ରତ ତରାଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପଟେ କଂସ ମହାରାଜ ହୃଷୀକେଶ ଭୋଇ ମଧ୍ୟ ନବୀନ ନିବାସ ଆସି ଓଡ଼ିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri